ଭୁବନେଶ୍ୱର: ରାଜଧାନୀ ଭୁବନେଶ୍ୱରସ୍ଥିତ ଜନତା ମଇଦାନରେ ଆସନ୍ତା ଜାନୁଆରୀ ୨୮ ଓ ୨୯ ଦୁଇ ଦିନ ଧରି ମେକ ଇନ ଓଡିଶା କନକ୍ଲେଭ ୨୦୨୫ କାର୍ଯ୍ୟକ୍ରମ ଅନୁଷ୍ଠିତ ହେବ । ଏଥିପାଇଁ ରାଜଧାନୀରେ ପ୍ରସ୍ତୁତି ଚୂଡାନ୍ତ ପର୍ଯ୍ୟାୟରେ ପହଞ୍ଚିଛି । ଏହି କାର୍ଯ୍ୟକ୍ରମରେ ଅନେକ ମନ୍ତ୍ରୀମଣ୍ଡଳଙ୍କ ସମେତ ବିଶିଷ୍ଟ ବ୍ୟକ୍ତି ବିଶେଷ ଯୋଗଦେବେ ବୋଲି ସୂଚନା ମିଳିଛି । ଆସନ୍ତା ଜାନୁଆରୀ ୨୮ ତାରିଖରେ ଏହି କାର୍ଯ୍ୟକ୍ରମକୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଉଦଘାଟନ କରିବେ ବୋଲି ସୂଚନା ମିଳିଛି ।
ଏହି କାର୍ଯ୍ୟକ୍ରମ ପାଇଁ ରାଜଧାନୀ ଭୁବନେଶ୍ୱରରେ ୬୦ ପ୍ଲାଟୁନ ପୋଲସ ଫୋର୍ସ ମୁତୟନ ହେବେ । ଏନେଇ ଭୁବନେଶ୍ୱର ଡିସିପି ପିନାକ ମିଶ୍ର ସୂଚନା ଦେଇଥିଲେ । କଡ଼ା ସୁରକ୍ଷା ବଳୟରେ ରାଜଧାନୀ ଭୁବନେଶ୍ୱରକୁ ରଖାଯାଇଛି । ସୁରକ୍ଷା ବ୍ୟବସ୍ଥାକୁ କଡ଼ାକଡ଼ି କରାଯାଇଛି । ଅର୍ଥନୈତିକ କ୍ଷେତ୍ରରେ ଓଡିଶାର ସ୍ଥାନକୁ ଉଚ୍ଚତର କରିବା ପାଇଁ ଏହି କାର୍ଯ୍ୟକ୍ରମ ଆୟୋଜନ କରାଯାଇଛି। ବ୍ଲୁ ବୁକ ଗାଇଡଲାଇନ ମୁତାବକ ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯାଇଛି ବୋଲି ଡିସିପି ପିନାକ ମିଶ୍ର ସୂଚନା ଦେଇଛନ୍ତି । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଗସ୍ତ ପାଇଁ ରାଜଧାନୀରେ କାରକେଡ ମଧ୍ୟ କରାଯାଇଛି । ବିମାନବନ୍ଦରଠୁ ଆରମ୍ଭ କରି ଜନତା ମଇଦାନ ପର୍ଯ୍ୟନ୍ତ ସବୁଠି ସୁରକ୍ଷା ବ୍ୟବସ୍ଥାକୁ କଡ଼ାକଡ଼ି କରାଯାଇଛି ।