ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ଅଧିକାରୀ ସଂଗ୍ରାମ କେଶରୀ ଜେନାଙ୍କୁ ଧରିଲା ଭିଜିଲାନ୍ସ । ଆୟ ବହିର୍ଭୂତ ସମ୍ପତି ଠୁଳ ଅଭିଯୋଗରେ ଭିଜିଲାନ୍ସ ଚଢ଼ାଉ କରିଛି । ବାଲୁଗାଁ, ଟାଙ୍ଗୀ ଓ ବାଣପୁର ସମେତ ୪ଟି ସ୍ଥାନରେ ଚଢ଼ାଉ କରିଛି ଭିଜିଲାନ୍ସ ।ଚଢ଼ାଉରେ ସାମିଲ ଅଛନ୍ତି ଭିଜିଲାନ୍ସର ୩ ଡ଼ିଏସପି, ୧୦ ଇନିସ୍ପେକ୍ଟର ଓ ଅନ୍ୟ କର୍ମଚାରୀ। ଭୁବନେଶ୍ୱର ସ୍ୱତନ୍ତ୍ର ଭିଜିଲାନ୍ସ ଜଜଙ୍କ ୱାରେଣ୍ଟ ବଳରେ ଚାଲିଛି ଏହି ଚଢ଼ାଉ।
ସୂଚନା ଅନୁସାରେ, ଭିଜିଲାନ୍ସ ଜାଲରେ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ଅଧିକାରୀ ସଂଗ୍ରାମ କେଶରୀ ଜେନା। ପୂର୍ବରୁ ଗଞ୍ଜାମ ବୁଗୁଡାର ତହସିଲଦାର ଥିଲେ ସଂଗ୍ରାମ କେଶରୀ ଜେନା। ଆୟ ବହିର୍ଭୂତ ସମ୍ପତି ଠୁଳ ଅଭିଯୋଗରେ ଭିଜିଲାନ୍ସ ଚଢ଼ାଉ କରିଛି। ୩ଜଣ ଡିଏସପି, ୧୦ଜଣ ଇନ୍ସପେକ୍ଟର ଓ ଅନ୍ୟାନ୍ୟ ଅଧିକାରୀଙ୍କୁ ନେଇ ଚଢ଼ାଉ ଜାରି ରହିଛି। ଖୋର୍ଦ୍ଧା ବାଲୁଗାଁରେ ତାଙ୍କର ଏକ ତିନି ମହଲା କୋଠା, ଟାଙ୍ଗୀ ହରିପୁରରେ ଥିବା ଘର , ଖୋର୍ଦ୍ଧା ବାଣପୁରରେ ଥିବା ତିନୋଟି ପ୍ଲଟ ସହିତ ବାଲୁଗାଁ ଚୁଡା ମିଲ ନିକଟରେ ଥିବା ସମ୍ପର୍କୀୟଙ୍କ ଘରେ ମଧ୍ୟ ଭିଜିଲାନ୍ସ ଚଢ଼ାଉ କରିଛି।
ଅଧିକ ପଢନ୍ତୁ ; ଲଗାଣ ବର୍ଷା ଯୋଗୁ ବଲାଙ୍ଗିରରେ ସମସ୍ତ ସ୍କୁଲ ଛୁଟି