କୋରାପୁଟ : ଭିଜିଲାନ୍ସ ଜାଲରେ ଅଙ୍ଗନବାଡ଼ି ସୁପରଭାଇଜର । ଲାଞ୍ଚ ନେଉଥିବାବେଳେ କୋରାପୁଟ ଜିଲ୍ଲା ଲକ୍ଷ୍ମୀପୁର ବ୍ଲକ ଆଙ୍ଗନବାଡ଼ି ସୁପରଭାଇଜର ରେଣୁକା ପଟ୍ଟନାୟକ ଧରିଲା ଭିଜାଲାନ୍ସ ।
ସୂଚନା ଅନୁଯାୟୀ ରେଣୁକା ଲକ୍ଷ୍ମୀପୁର ବ୍ଲକରେ ନୂଆ କରି ଅଙ୍ଗନବାଡ଼ିରେ ନିଯୁକ୍ତି ପାଇଥିବା ଜଣେ କର୍ମଚାରୀଙ୍କ ଠାରୁ ୫୦ ହଜାର ଟଙ୍କା ଲାଞ୍ଚ ମାଗିଥିଲେ। ଯଦି ଟଙ୍କା ନ ଦିଅନ୍ତି ତେବେ ତାଙ୍କୁ କାମରେ ହଇରାଣ କରିବେ ବୋଲି ଧମକ ଦେଇଥିଲେ। ତେବେ ଅଭିଯୋଗକାରୀ ଏହି ରାଶି ଦେବାକୁ ଅକ୍ଷମତା ପ୍ରକାଶ କରି ଭିଜିଲାନ୍ସର ଦ୍ବାରସ୍ଥ ହୋଇଥିଲେ ।
ପୂର୍ବ ଯୋଜନା ମୁତାବକ ଆଜି ଅଭିଯୋଗକାରୀଙ୍କ ଠାରୁ ଲାଞ୍ଚ ନେଉଥିବା ବେଳେ ମାଡି ବସିଥିଲା ଭିଜିଲାନ୍ସ। ଏହାପରେ ରେଣୁକା ପଟ୍ଟନାୟକଙ୍କ ଆୟ ବର୍ହିଭୁତ ସମ୍ପତ୍ତି ଯାଞ୍ଚ କରୁଛି ଭିଜିଲାନ୍ସ। ତିନୋଟି ସ୍ଥାନରେ ଏକକାଳୀନ ଚଢ଼ାଉ ଜାରି ରହିଛି।