ଭୁବନେଶ୍ୱର: ଆସନ୍ତା ୧୯ ତାରିଖ ପର୍ଯ୍ୟନ୍ତ ରାଜ୍ୟରେ କାଳବୈଶାଖୀ ଜାରି ରହିବ । ଏନେଇ ପାଣିପାଗ ବିଭାଗ ପକ୍ଷରୁ ସୂଚନା ମିଳିଛି । କାଳବୈଶାଖୀ ପ୍ରଭାବରେ ହେଉଥିବା ବର୍ଷା, ବିଜୁଳି ଓ ଘଡଘଡି ପାଇଁ ସତର୍କ ସୂଚନା ଜାରି କରାଯାଇଛି । ବର୍ଷା ଫଳରେ ରାଜ୍ୟ ତାପମାତ୍ରା ହ୍ରାସ ପାଇବ । ଆଜି ରାଜ୍ୟରେ କାଳବୈଶାଖୀ ଆଶଙ୍କା ନେଇ ୫ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି । ଉକ୍ତ ଜିଲ୍ଲାଗୁଡିକ କେନ୍ଦୁଝର, ମୟୂରଭଞ୍ଜ, କୋରାପୁଟ, ମାଲକାନଗିରି ଓ ରାୟଗଡା । ଏସବୁ ଜିଲ୍ଲାରେ ପବନର ବେଗ ବଢିବା ସହିତ ବିଜୁଳି ଘଡଘଡି ସହ ବର୍ଷା ହେବାର ସମ୍ଭାବନା ରହିଛି । ରାଜ୍ୟର ଅଧିକାଂଶ ସ୍ଥାନରେ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି । ଯାହା ରାଜ୍ୟବାସୀଙ୍କୁ ଆଶ୍ବସ୍ତି ଦେବ ।
ଅନ୍ୟପଟେ ଗଞ୍ଜାମ ଜିଲ୍ଲା ଦିଗପହଣ୍ଡି, ନୂଆପଡ଼ା ସମେତ ରାଜ୍ୟର ବିଭିନ୍ନ ଜିଲ୍ଲାରେ କାଳବୈଶାଖୀର ତାଣ୍ଡବ ଦେଖିବାକୁ ମିଳିଛି । ସେଥିପାଇଁ ବିଜୁଳି ଘଡ଼ଘଡ଼ି ସହ ପ୍ରବଳ ବର୍ଷା ନେଇ ରାଜ୍ୟବାସୀଙ୍କୁ ମଧ୍ୟ ସତର୍କ କରାଯାଇଛି ।