ଭୁବନେଶ୍ୱର: ରାଜ୍ୟରେ ସପ୍ତାହେ ପର୍ଯ୍ୟନ୍ତ ଅଧିକାଂଶ ସ୍ଥାନରେ ବର୍ଷା ଓ ଝଟ୍କା ପବନ ହେବାର ସମ୍ଭାବନା ରହିଛି । ଏନେଇ ଆଞ୍ଚଳିକ ପାଣିପାଗ କେନ୍ଦ୍ର ନିର୍ଦ୍ଦେଶିକା ସୂଚନା ଦେଇଛନ୍ତି । କାଳବୈଶାଖୀ ପ୍ରଭାବରେ ରାଜ୍ୟରେ ବର୍ଷା ଜାରି ରହିଛି । ବିଜୁଳି, ଘଡଘଡି ସହ ବର୍ଷା ପାଇଁ ରାଜ୍ୟବାସୀଙ୍କୁ ସତର୍କ ସୂଚନା ମଧ୍ୟ ଦିଆଯାଇଛି । କାଳବୈଶାଖୀ ପାଇଁ ରାଜ୍ୟରେ ତାପମାତ୍ରା ହ୍ରାସ ପାଇଛି । ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ କେରଳ ଛୁଇଁବା ପରେ ଓଡ଼ିଶାକୁ ମୌସୁମୀ ଆସିବାକୁ ଟିକେ ସମୟ ଲାଗିବ ବୋଲି ପାଣିପାଗ ବିଭାଗ ପକ୍ଷରୁ ସୂଚନା ମିଳିଛି ।
ଉତ୍ତରପୂର୍ବାଞ୍ଚଳ ରାଜ୍ୟ ପରେ ଓଡ଼ିଶାକୁ ମୌସୁମୀ ପ୍ରବେଶ କରିବ । ଆସନ୍ତା ୨୭ ବେଳକୁ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ସମ୍ଭାବନା ରହିଛି । ପଶ୍ଚିମକେନ୍ଦ୍ରୀୟ ବଙ୍ଗୋପସାଗର ଓ ପାର୍ଶ୍ବବର୍ତ୍ତୀ ଅଞ୍ଚଳରେ ସୃଷ୍ଟି ହେବ। ବାତ୍ୟା ରୂପ ନେବାର ସମ୍ଭାବନା ନାହିଁ, ଅପପ୍ରଚାର କରାଯାଉଛି । ଏନେଇ ଭାରତୀୟ ପାଣିପାଗ ବିଭାଗ ବା IMD ପକ୍ଷରୁ ବାତ୍ୟା ନେଇ କୌଣସି ସୂଚନା ଦିଆଯାଇ ନାହିଁ । କାଳବୈଶାଖୀ ପ୍ରଭାବରେ ରାଜ୍ୟରେ ଗତ କିଛି ଦିନ ହେବ ବର୍ଷା ଜାରି ରହିଛି । ଫଳରେ ତାତିରୁ ରାଜ୍ୟବାସୀଙ୍କୁ ଆଶ୍ବସ୍ତି ମିଳିଛି ।