ଭୁବନେଶ୍ୱର: ରାଜ୍ୟରେ ଆଗାମୀ ତିନି ଦିନ ପର୍ଯ୍ୟନ୍ତ ତାତିରୁ ନିସ୍ତାର ନାହିଁ । ରାଜ୍ୟରେ ଗରମ ଓ ଗୁଳୁଗୁଳିର ପ୍ରବାହ ନେଇ ପାଣିପାଗ ବିଭାଗ ପକ୍ଷରୁ ଆକଳନ କରାଯାଇଛି । ଆଭ୍ୟନ୍ତରୀଣ ଓଡ଼ିଶା ସମେତ ଉପକୂଳ ଓଡ଼ିଶାରେ ତାତି ହନ୍ତସନ୍ତ କରିବ । ୪୦ ଡିଗ୍ରୀ ଉପରେ ରାଜ୍ୟର ୧୫ ଜିଲ୍ଲାର ତାପମାତ୍ରା ରହିବ। ସେହିପରି ଅପରାହ୍ନରେ ରାଜ୍ୟର ଅଧିକାଂଶ ସ୍ଥାନରେ କାଳବୈଶାଖୀର ପ୍ରଭାବ ଦେଖିବାକୁ ମିଳିବ । ଆଗାମୀ ୩ ଦିନ ମଧ୍ୟରେ ତାପମାତ୍ରା ପ୍ରାୟ ୩ ଡିଗ୍ରୀ ବୃଦ୍ଧି ପାଇବ। ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ ଓ ଗଜପତି ଜିଲ୍ଲାରେ ଭୀଷଣ ଗୁଳୁଗୁଳି ଆଶଙ୍କା ରହିଛି।
ସେହିପରି ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, ଗଜପତି, ଗଞ୍ଜାମ, ରାୟଗଡ଼ା, ମାଲକାନଗିରି, କୋରାପୁଟ ଓ ନବରଙ୍ଗପୁର ଜିଲ୍ଲାରେ କାଳବୈଶାଖୀଜନିତ ବର୍ଷା ସାଙ୍ଗକୁ ବିଜୁଳି ଘଡ଼ଘଡ଼ି ନେଇ ସତର୍କ ସୂଚନା ଜାରି କରାଯାଇଛି । ରାଜ୍ୟରେ ତାତି ପ୍ରଭାବରେ ଲୋକମାନେ ଘରୁ ବାହାରିବା ପାଇଁ ମଧ୍ୟ ଭୟ କରୁଛନ୍ତି । ଦିନ ବଢିବା ସହିତ ସୂର୍ଯ୍ୟଙ୍କ ଉତ୍ତାପ ବଢ଼ିବାରେ ଲାଗିଛି ।