ଭୁବନେଶ୍ୱର: ଆସନ୍ତା ୧୮ ତାରିଖ ପର୍ଯ୍ୟନ୍ତ ରାଜ୍ୟରେ ବର୍ଷା ହେବାର ସମ୍ଭାବନା ରହିଛି । ବର୍ଷାରେ ରଜ ଭିଜିବାର ସମ୍ଭାବନା ରହିଛି । ରାଜ୍ୟରେ ଏବେ ଉତ୍ତର ପଶ୍ଚିମ ମୌସୁମୀ ବାୟୁ ଗତି କରୁଛି। ଯାହାର ପ୍ରଭାବରେ ରାଜ୍ୟରେ ବର୍ଷା ହେବାର ସମ୍ଭାବନା ରହିଛି । ଏନେଇ ପାଣିପାଗ ବିଭାଗ ବିଭାଗ ପକ୍ଷରୁ ସୂଚନା ମିଳିଛି । ରାଜ୍ୟରେ ଆସନ୍ତା ୧୬ ଓ ୧୭ ତାରିଖରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଫଳରେ ରାଜ୍ୟବାସୀଙ୍କୁ ଆଶ୍ବସ୍ତି ମିଳିଛି ।
ରାଜ୍ୟରେ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ପାଇଁ ପାଗ ଅନୁକୂଳ ରହିଛି । ଆସନ୍ତା ୨ ଦିନ ଭିତରେ ମୌସୁମୀ ଓଡ଼ିଶା ଛୁଇଁବା ନେଇ ସୂଚନା ମିଳିଛି । ରାଜ୍ୟରେ ବିଜୁଳି, ଘଡ଼ଘଡ଼ି ସହ ବର୍ଷା ପାଇଁ ଅଧିକାଂଶ ଜିଲ୍ଲାକୁ ପାଣିପାଗ ବିଭାଗ ପକ୍ଷରୁ ସୂଚନା ମିଳିଛି । କୋରାପୁଟ, ମାଲକାନଗିରି, କଳାହାଣ୍ଡି, କନ୍ଧମାଳ, ରାୟଗଡ଼ା, ଗଞ୍ଜାମ ଓ ନବରଙ୍ଗପୁରରେ ଘଣ୍ଟାପ୍ରତି ୩୦ରୁ ୪୦ କିମି ବେଗରେ ପବନ ବହିବା ସହିତ ବର୍ଷା ହେବାର ସମ୍ଭାବନା ରହିଛି। ରାଜ୍ୟର ବିଭିନ୍ନ ସ୍ଥାନରେ ପାଗ ମେଘୁଆ ରହିବ । ଯାହାଫଳରେ ରଜ ଭଲ ଜମିବ।