ଭୁବନେଶ୍ୱର: ଅସହ୍ୟ ତାତି ଓ ଗୁଳୁଗୁଳିରୁ ଆଶ୍ବସ୍ତି ମିଳିବ । ଆସନ୍ତା ୧୯ ତାରିଖ ପର୍ଯ୍ୟନ୍ତ ରାଜ୍ୟରେ ବର୍ଷା ହେବାର ସମ୍ଭାବନା ରହିଛି । ଉତ୍ତରପଶ୍ଚିମ ବଙ୍ଗୋପସାଗର ଓ ପାର୍ଶ୍ବବର୍ତ୍ତୀ ଅଞ୍ଚଳରେ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି । ଯାହାର ପ୍ରଭାବରେ ୧୯ ତାରିଖ ପର୍ଯ୍ୟନ୍ତ ରାଜ୍ୟ ବିଭିନ୍ନ ଜିଲ୍ଲାରେ ବର୍ଷା ହେବାର ସମ୍ଭାବନା ରହିଛି । ଏନେଇ ପାଣିପାଗ ବିଭାଗ ପକ୍ଷରୁ ସୂଚନା ମିଳିଛି । ଆସନ୍ତାକାଲି ପାଇଁ ୬ ଜିଲ୍ଲା ସୁନ୍ଦରଗଡ଼, କେନ୍ଦୁଝର, ଝାରସୁଗୁଡ଼ା, ବରଗଡ଼, ମୟୂରଭଞ୍ଜ ଓ ବାଲେଶ୍ବରକୁ ଅରେଞ୍ଜ ୱାର୍ଣ୍ଣିଂ ଓ ୧୨ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।
ଲଘୁଚାପ କ୍ଷେତ୍ର ସୃଷ୍ଟି ହେବା ପ୍ରଭାବରେ ମୌସୁମୀ ବାୟୁ ସକ୍ରିୟ ହେବ । ମୌସୁମୀ ବାୟୁ ପାଇଁ ପାଗ ଅନୁକୂଳ ରହିଛି । ଚାଷ କାର୍ଯ୍ୟ ପାଇଁ ମଧ୍ୟ ପାଗ ସ୍ୱାଭାବିକ ଅଛି । ଚଳିତ ବର୍ଷ ସ୍ୱାଭାବିକଠୁ ଅଧିକ ବର୍ଷ ହୋଇପାରେ ବୋଲି ସୂଚନା ମିଳିଛି । ବର୍ଷା ପାଇଁ ମଧ୍ୟ ସତର୍କ ସୂଚନା ଜାରି କରାଯାଇଛି । ଉପକୂଳ ଓଡ଼ିଶା, ଆଭ୍ୟନ୍ତରୀଣ ଓଡ଼ିଶା ଓ ଦକ୍ଷିଣ ଓଡ଼ିଶାର ବିଭିନ୍ନ ସ୍ଥାନରେ ବର୍ଷା ସମ୍ଭାବନା ରହିଛି ।