ଭୁବନେଶ୍ୱର: ରାଜ୍ୟର ବିଭିନ୍ନ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ଜାରି ରହିଛି । ଆସନ୍ତା ୧୯ ତାରିଖ ପର୍ଯ୍ୟନ୍ତ ରାଜ୍ୟରେ ବର୍ଷା ହେବାର ସମ୍ଭାବନା ରହିଛି । ଉତ୍ତରପଶ୍ଚିମ ବଙ୍ଗୋପସାଗର ଓ ପାର୍ଶ୍ବବର୍ତ୍ତୀ ଅଞ୍ଚଳରେ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି । ଯାହାର ପ୍ରଭାବରେ ରାଜ୍ୟରେ ବର୍ଷା ହେବାର ସମ୍ଭାବନା ରହିଛି । ଏନେଇ ପାଣିପାଗ ବିଭାଗ ପକ୍ଷରୁ ସୂଚନା ମିଳିଛି । ଆଜି ୩ ଜିଲ୍ଲା ମୟୂରଭଞ୍ଜ, କେନ୍ଦୁଝର ଓ ସୁନ୍ଦରଗଡ଼କୁ ଅରେଞ୍ଜ ୱାର୍ଣ୍ଣିଂ ଓ ୯ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ପାଣିପାଗ ବିଭାଗ ପକ୍ଷରୁ ଜାରି କରାଯାଇଛି ।
ଗତକାଲି ରାଜଧାନୀ ସମେତ ବିଭିନ୍ନ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହୋଇଥିଲା । ଆଜି ସକାଳୁ ରାଜଧାନୀରେ ପାଗ କୋହଲା ରହିଛି । ଯାହା ତାତି ଓ ଗୁଳୁଗୁଳିରୁ ରାଜ୍ୟବାସୀଙ୍କୁ ଆଶ୍ବସ୍ତି ଦେଇଛି । ମୌସୁମୀ ବାୟୁ ପାଇଁ ପାଗ ଅନୁକୂଳ ରହିଛି। ଲଘୁଚାପ କ୍ଷେତ୍ର ସୃଷ୍ଟି ହେବା ପ୍ରଭାବରେ ମୌସୁମୀ ବାୟୁ ପ୍ରଭାବରେ ରାଜ୍ୟରେ ବର୍ଷା ହେବ । ବର୍ଷା ପାଇଁ ବିଭିନ୍ନ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଓ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ଚାଷ କାର୍ଯ୍ୟ ଆରମ୍ଭ ପାଇଁ ମଧ୍ୟ ପାଗ ଅନୁକୂଳ ଅଛି। ପ୍ରବଳରୁ ଅତି ପ୍ରବଳ ବର୍ଷା ପାଇଁ ମଧ୍ୟ ସତର୍କ ସୂଚନା ଜାରି କରାଯାଇଛି ।