ଭୁବନେଶ୍ବର: ଗତ କିଛି ଦିନ ହେବ ରାଜ୍ୟରେ କୋହଲା ପାଗ ସହିତ ବର୍ଷା ଜାରି ରହିଛି । ଆସନ୍ତା ୨୪ ତାରିଖରୁ ୨୭ ତାରିଖ ପର୍ଯ୍ୟନ୍ତ ବିଭିନ୍ନ ଜିଲ୍ଲାରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ସମ୍ଭାବନା ରହିଛି। ଏନେଇ ପାଣିପାଗ ବିଭାଗ ପକ୍ଷରୁ ସୂଚନା ମିଳିଛି । ରାଜ୍ୟରେ ମୌସୁମୀ ସକ୍ରିୟ ରହିଛି ଯେଉଁ କାରଣରୁ ବିଭିନ୍ନ ସ୍ଥାନରେ ଘଡ଼ଘଡ଼ି, ବିଜୁଳି ସହ ବର୍ଷା ହୋଇପାରେ ବୋଲି ସମ୍ଭାବନା ରହିଛି । ଆଜି ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ହୋଇପାରେ ବୋଲି ସତର୍କ ସୂଚନା ଜାରି କରାଯାଇଛି ।
ଆସନ୍ତାକାଲି ପଶ୍ଚିମ ଓ ଦକ୍ଷିଣ ଓଡ଼ିଶାର ଜିଲ୍ଲାଗୁଡ଼ିକରେ ବର୍ଷା ହେବା ନେଇ ପାଣିପାଗ ବିଭାଗ ପକ୍ଷରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ଗତକାଲି ରାଜଧାନୀ ଭୁବନେଶ୍ୱର ସମେତ ଅନ୍ୟାନ୍ୟ ସ୍ଥାନରେ ବର୍ଷା ହୋଇଥିଲା । ବର୍ଷା ଫଳରେ ରାଜ୍ୟବାସୀଙ୍କୁ ଆଶ୍ବସ୍ତି ମିଳିଛି । ଆସନ୍ତା ୨୪ ତାରିଖ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ଜିଲ୍ଲାରେ କାଁ ଭାଁ ବର୍ଷା ହେବାର ସମ୍ଭାବନା ରହିଛି । ଭୁବନେଶ୍ୱର ପାଣିପାଗ କେନ୍ଦ୍ର ଅନୁସାରେ ବର୍ତ୍ତମାନ ବର୍ଷା ପ୍ରକୋପ କମ୍ ରହିବ । ତେବେ ୨୪ରୁ ବର୍ଷା ପରିମାଣ ସାମାନ୍ୟ ବଢ଼ିବା ସହ ରାଜ୍ୟର ଅନେକ ସ୍ଥାନରେ ବର୍ଷା ହୋଇପାରେ।