ଭୁବନେଶ୍ୱର: ଆଉ ଏକ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି । ୧୨ ଘଣ୍ଟାରେ ଲଘୁଚାପ ସମାନ ଅଞ୍ଚଳରେ ସୃଷ୍ଟି ହୋଇପାରେ ବୋଲି ପାଣିପାଗ ବିଭାଗର ପୂର୍ବାନୁମାନ କରିଥିବା ସୂଚନା ମିଳିଛି । ଲଘୁଚାପ ପୂର୍ବ ଏବଂ ପଶ୍ଚିମ ଭାଗରେ ହେବାର ସମ୍ଭାବନା ରହିଛି । ଯାହାର ପ୍ରଭାବରେ ରାଜ୍ୟରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଆଜି ପାଇଁ ରାଜ୍ୟର ବରଗଡ଼, ଝାରସୁଗୁଡ଼ା, ସମ୍ବଲପୁର, ସୁନ୍ଦରଗଡ଼ ଓ କେନ୍ଦୁଝର ଜିଲ୍ଲାର କେତେକ ସ୍ଥାନରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ସେହିପରି ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ ଓ ଗଜପତି ଜିଲ୍ଲାରେ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।
ଆସନ୍ତାକାଲି ପାଇଁ ୫ ଜିଲ୍ଲା ବାଲେଶ୍ବର, ଭଦ୍ରକ, ମୟୂରଭଞ୍ଜ, କେନ୍ଦୁଝର ଓ ସୁନ୍ଦରଗଡ଼ ଜିଲ୍ଲାର କିଛି ସ୍ଥାନରେ ବର୍ଷା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ଏନେଇ ପାଣିପାଗ ବିଭାଗ ପକ୍ଷରୁ ସୂଚନା ମିଳିଛି । ପ୍ରବଳରୁ ଅତି ପ୍ରବଳ ସହ ବିଜୁଳି ଘଡଘଡି ପାଇଁ ସତର୍କ ସୂଚନା ଜାରି କରାଯାଇଛି ।