ଭୁବନେଶ୍ୱର: ତୁହାକୁ ତୁହା ବର୍ଷାରେ ଭିଜିବ ଓଡ଼ିଶା । ବର୍ଷାରୁ ନାହିଁ ନିସ୍ତାର । ଆସନ୍ତା ୧୯ ତାରିଖ ପର୍ଯ୍ୟନ୍ତ ରାଜ୍ୟରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଏନେଇ ବିଭିନ୍ନ ଜିଲ୍ଲାକୁ ପାଣିପାଗ ବିଭାଗ ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି । ଆସନ୍ତାକାଲି ୬ ଜିଲ୍ଲା ମୟୂରଭଞ୍ଜ, କେନ୍ଦୁଝର, ସୁନ୍ଦରଗଡ଼, ସମ୍ବଲପୁର, ଝାରସୁଗୁଡ଼ା ଓ ବରଗଡ଼ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ନେଇ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି । ଓଡ଼ିଶାର ବିଭିନ୍ନ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ପାଇଁ ରେଡ୍ ଆଲର୍ଟ ଜାରି କରାଯାଇଛି। ରାଜ୍ୟର ବିଭିନ୍ନ ଜିଲ୍ଲାରେ ପ୍ରବଳ ବର୍ଷା ସହ ବଜ୍ରପାତ ହେବାର ସମ୍ଭାବନା ରହିଛି ।
ଆସନ୍ତା ୧୭ ତାରିଖରେ ପ୍ରବଳ ବର୍ଷା ଓ ବିଜୁଳି ଘଡ଼ଘଡ଼ି ପାଇଁ କେନ୍ଦୁଝର, ମୟୂରଭଞ୍ଜ ଓ ସୁନ୍ଦରଗଡ଼ ଓ ହାଲୁକା ବର୍ଷା ପାଇଁ ବାଲେଶ୍ବର, ଭଦ୍ରକ, କେନ୍ଦ୍ରାପଡ଼ା, ଜଗତସିଂହପୁର, ଯାଜପୁର, କଟକ, ଢେଙ୍କାନାଳ, ଅନୁଗୋଳ, ଦେବଗଡ଼, ବରଗଡ଼, ସମ୍ବଲପୁର ଓ ଝାରସୁଗୁଡ଼ା ଜିଲ୍ଲାକୁ ସତର୍କ କରାଯାଇଛି । ବର୍ଷା ଓ ବଜ୍ରପାତ ପାଇଁ ବିଭିନ୍ନ ଜିଲ୍ଲାକୁ ସତର୍କ କରାଯାଇଛି ।