ଭୁବନେଶ୍ୱର: ଲଘୁଚାପ ପ୍ରଭାବରେ ରାଜ୍ୟରେ ତୁହାକୁ ତୁହା ବର୍ଷା ଲାଗି ରହିଛି । ଚଳିତ ସପ୍ତାହ ଶେଷ ଆଡକୁ ବଙ୍ଗୋପସାଗରରେ ପୁଣି ଏକ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି । ଲଘୁଚାପ ପ୍ରଭାବରେ ଦକ୍ଷିଣ ଓଡ଼ିଶାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଏନେଇ ପାଣିପାଗ ବିଭାଗ ପକ୍ଷରୁ ସୂଚନା ମିଳିଛି । ଅନ୍ୟପଟେ ଦକ୍ଷିଣ ଓଡ଼ିଶା ଓ ଉତ୍ତର ଆନ୍ଧ୍ର ଉପକୂଳରେ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି । ଯାହାର ପ୍ରଭାବରେ ରାଜ୍ୟର ଅଧିକାଂଶ ସ୍ଥାନରେ ଘଡ଼ଘଡ଼ି, ପବନ ସହ ବର୍ଷା ହୋଇପାରେ । କିଛି ସ୍ଥାନରେ ୪୦ରୁ ୫୦ କିଲୋମିଟର ବେଗରେ ପବନ ବହିବାର ସମ୍ଭାବନା ରହିଛି ।
ଆଜି ପ୍ରବଳରୁ ଅତିପ୍ରବଳ ବର୍ଷା ସହ ବିଜୁଳି, ଘଡ଼ଘଡ଼ି ପାଇଁ ମାଲକାନାଗିରିକୁ ଅରେଞ୍ଜ ଆଲର୍ଟ ଜାରି କରାଯାଇଛି । ଆସନ୍ତା ୧୩ ତାରିଖ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଥିବା ପାଣିପାଗ ବିଭାଗ ପକ୍ଷରୁ ସୂଚନା ମିଳିଛି । ପ୍ରବଳ ବର୍ଷା ପାଇଁ ବିଭିନ୍ନ ଜିଲ୍ଲାକୁ ସତର୍କ ସୂଚନା ଦିଆଯାଇଛି ।