ଭୁବନେଶ୍ୱର: ରାଜ୍ୟରେ ଲଘୁଚାପ ପ୍ରଭାବରେ ବର୍ଷା ଜାରି ରହିଛି । ବର୍ଷା ପାଇଁ ରାଜ୍ୟର ବିଭିନ୍ନ ଜିଲ୍ଲାକୁ ସତର୍କ ସୂଚନା ଦିଆଯାଇଛି । ଲଘୁଚାପ ପ୍ରଭାବରେ ରାଜ୍ୟରେ । ଆହୁରି ୨ ଦିନ ପ୍ରବଳ ବର୍ଷା ପାଇଁ ସତର୍କ ସୂଚନା ଜାରି କରାଯାଇଛି । ଲଘୁଚାପ ପ୍ରଭାବରେ ଦକ୍ଷିଣ ଓ ଉପକୂଳ ଓଡିଶାର ଅଧିକାଂଶ ସ୍ଥାନରେ ବର୍ଷା ସହ ବିଜୁଳି, ଘଡଘଡି ହେବାର ସମ୍ଭାବନା ରହିଛି । ରାଜ୍ୟର ବିଭିନ୍ନ ଜିଲ୍ଲାରେ ୩୦-୪୦ କିମି ବେଗରେ ପବନ ସହ ବର୍ଷା ସହ ବିଜୁଳି, ଘଡଘଡି ପାଇଁ ସତର୍କ ସୂଚନା ଦିଆଯାଇଛି ।
ଆଜି ବର୍ଷା ପାଇଁ କଟକ, ଜଗତସିଂହପୁର, କେନ୍ଦ୍ରାପଡ଼ା, ଯାଜପୁର, ଭଦ୍ରକ, ଢେଙ୍କାନାଳ, ଅନୁଗୋଳ, ବାଲେଶ୍ବର, ମୟୂରଭଞ୍ଜ, କେନ୍ଦୁଝର, ଦେବଗଡ଼, ସମ୍ବଲପୁର, ଝାରସୁଗୁଡ଼ା, ସୁନ୍ଦରଗଡ଼ ଓ ବରଗଡ଼ ଜିଲ୍ଲାରେ ମଧ୍ୟମ ଧରଣର ବର୍ଷା ସହ ପ୍ରବଳ ବଜ୍ରପାତ ହେବାର ସମ୍ଭାବନା ରହିଛି । ପାଣିପାଗ ବିଭାଗ ପକ୍ଷରୁ ଉକ୍ତ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ଆଜି ସକାଳୁ ରାଜଧାନୀ ଭୁବନେଶ୍ୱରର ପାଗ ମେଘୁଆ ରହିବା ସହିତ ମେଘ ଆଚ୍ଛାଦିତ ହୋଇ ରହିଛି ।