ତାତିରୁ ମିଳିବ ଆଶ୍ବସ୍ତି । ବର୍ଷାରେ ଭିଜିବ ଓଡିଶା । କାଳବୈଶାଖୀ ପ୍ରଭାବରେ ରାଜ୍ୟର ଅଧିକାଂଶ ଜିଲ୍ଲାରେ ବର୍ଷା ହେବାର ସମ୍ଭାବନା ରହିଛି । ଯାହା ପ୍ରଭାବରେ ରାଜ୍ୟର କିଛି ସ୍ଥାନରେ ଦିନ ତାପମାତ୍ରା କମିପାରେ ବୋଲି ସୂଚନା ଦେଇଛନ୍ତି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର । ବିଜୁଳି, ଘଡ଼ଘଡ଼ି ସହ କୁଆପଥର ବର୍ଷା ହେବାର ସମ୍ଭାବନା ରହିଛି । ନବରଙ୍ଗପୁର, ନୂଆପଡ଼ା, ମାଲକାନଗିରି, କୋରାପୁଟ, କଳାହାଣ୍ଡି, ବଲାଙ୍ଗିର, ରାୟଗଡ଼ା, କନ୍ଧମାଳ, ନୟାଗଡ଼, ଖୋର୍ଦ୍ଧା, ଗଜପତି, ଗଞ୍ଜାମ ଜିଲ୍ଲାରେ କାଳବୈଶାଖୀ ପାଇଁ ସତର୍କ ସୂଚନା ଜାରି କରାଯାଇଛି । କାଳବୈଶାଖୀ ପାଇଁ ଦିନ ଓ ରାତି ତାପମାତ୍ରା ୨ରୁ ୩ ଡିଗ୍ରୀ ହ୍ରାସ ପାଇବା ନେଇ ସୂଚନା ଦେଇଛନ୍ତି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର । ଆସନ୍ତା ୨୪ ତାରିଖ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ସ୍ଥାନରେ କାଳବୈଶାଖୀ ପ୍ରଭାବ ରହିପାରେ ବୋଲି ପୂର୍ବାନୁମାନ କରିଛି ପାଣିପାଗ ବିଜ୍ଞାନ କେନ୍ଦ୍ର।