ପୁଣିଥରେ ହ୍ରାସ ପାଇଛି ତାପମାତ୍ରା। ତାତିରୁ ଆଶ୍ଚସ୍ତି ଆଣି ଦେଇଛି ବର୍ଷା। ବିଭିନ୍ନ ସ୍ଥାନରେ ଦୁଇ ତିନି ଦିନ ହେବ ପାଗ ମେଘୁଆ ରହିଥିବା ବେଳେ କିଛି ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହୋଇଥିବା ସୂଚନା ଦେଇଛି ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର। ତେବେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ବିଜୁଳି ଘଡ଼ଘଡ଼ି ସହ ବର୍ଷା ପାଇଁ ୪ ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣିଙ୍ଗ ଜାରି କରିଛି ପାଣିପାଗ ବିଭାଗ। ଏହି ଜିଲ୍ଲା ଗୁଡିକ ହେଲା କେନ୍ଦୁଝର,ବାଲେଶ୍ବର, ସୁନ୍ଦରଗଡ଼ ଓ ମୟୂରଭଞ୍ଜ।
ନିମ୍ନ ଚାପରେଖା ଓ ପଶ୍ଚିମା ଝଡ଼ ପ୍ରଭାବରେ ରାଜ୍ୟରେ ମେଘୁଆ ପାଗ ଓ ବର୍ଷା ହେଉଛି। ଏହି ପ୍ରଭାବରେ ଖୋର୍ଦ୍ଧା, ପୁରୀ, ଗଞ୍ଜାମ, ନୟାଗଡ, ସୁବର୍ଣ୍ଣପୁର, ବଲାଙ୍ଗିର, କନ୍ଧମାଳ, ବୌଦ୍ଧ ଜିଲ୍ଲାର କିଛି ସ୍ଥାନରେ ହାଲୁକରୁ ମଧ୍ୟମ ଧରଣର ବର୍ଷା ସମ୍ଭାବନା ରହିଥିବା ବେଳେ ବାକି ଜିଲ୍ଲାରେ ପାଗ ଶୁଖୁଲା ରହିବ। ୨୪ ଘଣ୍ଟାରେ ଦକ୍ଷିଣ ଓଡ଼ିଶାର କେତେକ ସ୍ଥାନରେ ହାଲୁକରୁ ମଧ୍ୟମ ବର୍ଷା ହୋଇଛି। ଗଂଜାମ ସାନଖେମୁଣ୍ଡିରେ ସର୍ବାଧିକ ୧୨୩.୦ ମିଲିମିଟର ବର୍ଷା ରେକର୍ଡ ହୋଇଥିବା ନେଇ ପାଣିପାଗ ବିଭାଗ ପକ୍ଷରୁ କୁହାଯାଇଛି।
ଅଧିକ ପଢନ୍ତୁ: ପରଲୋକରେ ପଙ୍କଜ ଉଧାସ