ଭୁବନେଶ୍ୱର: ନୂଆବର୍ଷରେ ରାଜ୍ୟରେ ବଢିବ ଶୀତର ପ୍ରକୋପ । ଜାନୁଆରୀ ୧ ତାରିଖ ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କଲା ପାଣିପାଗ ବିଭାଗ । ଘନକୁହୁଡ଼ି ନେଇ ୧୦ଟି ଜିଲ୍ଲାକୁ ସତର୍କ ସୂଚନା ଜାରି । ଜାନୁଆରୀ ୧ରେ ବିଭିନ୍ନ ସ୍ଥାନରେ ଘନକୁହୁଡ଼ି ଦେଖିବାକୁ ମିଳିବ। ସୁନ୍ଦରଗଡ଼, କନ୍ଧମାଳ, ଖୋର୍ଦ୍ଧା, ବାଲେଶ୍ୱର, ଭଦ୍ରକ, ମୟୂରଭଞ୍ଜ, କଟକ, ପୁରୀ, କେନ୍ଦ୍ରାପଡ଼ା ଏବଂ ଜଗତସିଂହପୁର ଜିଲ୍ଲାକୁ ସତର୍କ ସୂଚନା ଜାରି କରାଯାଇଛି।
ବର୍ଷର ଶେଷଦିନ ୩୧ ତାରିଖ ପାଇଁ ୭ ଜିଲ୍ଲାକୁ ଘନ କୁହୁଡ଼ି ସତର୍କତା ଜାରି କରାଯାଇଛି । ସୁନ୍ଦରଗଡ଼, କଳାହାଣ୍ଡି, କନ୍ଧମାଳ, କେନ୍ଦ୍ରାପଡ଼ା, ଜଗତସିଂହପୁର, ଭଦ୍ରକ, ବାଲେଶ୍ୱର । ଝାରସୁଗୁଡ଼ା ଓ ଅନୁଗୁଳ ଜିଲ୍ଲାରେ ପ୍ରବଳ ଥଣ୍ଡା ଅନୁଭୂତ ହେବ। ୧୦ ଡିଗ୍ରୀ ତଳେ ରହିବ୧୫ ସହର ପାରଦ। ଜି.ଉଦୟଗିରିରେ ସର୍ବନିମ୍ନ ତାପମାତ୍ରା ୩.୬ ଡିଗ୍ରୀ ରେକର୍ଡ କରାଯାଇଛି।
ଅଧିକ ପଢନ୍ତୁ: ନକଲି ବିଦେଶୀ ମଦ କାରଖାନା ଉପରେ ଚଢାଉ