ଭୁବନେଶ୍ୱର : ପ୍ରବଳ ବର୍ଷା ନେଇ ଆସନ୍ତାକାଲି ପାଇଁ ୨୦ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ।
ଝାରସୁଗୁଡ଼ା, ବରଗଡ଼, ସମ୍ବଲପୁର, ଦେବଗଡ଼, ଅନୁଗୁଳ, ଢେଙ୍କାନାଳ ,ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, କେନ୍ଦୁଝର, ମୟୂରଭଞ୍ଜ, ସୁନ୍ଦରଗଡ଼କୁ ୟେଲୋ ୱାର୍ଣ୍ଣିଂ କରିଛି ପାଣିପାଗ ବିଭାଗ । ଏଥିସହ ୩୦ରୁ ୪୦ କିମି ବେଗରେ ପବନ ବହିବା ସହ ବଜ୍ରପାତ ହେବାର ସମ୍ଭାବନା ରହିଛି ।
ରାଜ୍ଯରେ ବୁଧବାରଠୁ ଜାରି ରହିଛି ପ୍ରବଳ ବର୍ଷା । ଦକ୍ଷିଣ ବାଂଲାଦେଶ ଏବଂ ଏହାର ଆଖପାଖ ଅଞ୍ଚଳର ବାୟୁମଣ୍ଡଳ ଉପରେ ଏକ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି । ଯାହାର ପ୍ରଭାବରେ ରାଜ୍ୟରେ ଅନେକ ସ୍ଥାନରେ ପ୍ରବଳ ବର୍ଷା ହେଉଥିବା ଦେଖିବାକୁ ମିଳୁଛି । ଆଗାମୀ ଦୁଇ ଦିନ ଯାଏଁ ବିଶେଷ କରି ଉତ୍ତର ଆଭ୍ୟନ୍ତରଣ, ଉପକୂଳ ଓଡ଼ିଶାରେ ପ୍ରବଳ ବର୍ଷା ହେବା ନେଇ ପାଣିପାଗ ବିଭାଗ ଆକଳନ କରିଛି ।