ଭୁବନେଶ୍ୱର: ଓଡ଼ିଶାର ଲୋକପ୍ରିୟ ସଙ୍ଗୀତ ନିର୍ଦ୍ଦେଶକ ଅଭିଜିତ ମଜୁମଦାରଙ୍କ ସ୍ୱାସ୍ଥ୍ୟବସ୍ଥାକୁ ନେଇ ବଡ଼ ଖବର। ତାଙ୍କ ସ୍ୱାସ୍ଥ୍ୟାବସ୍ଥା ଏବେ ସଙ୍କଟାପନ୍ନ ରହିଛି। ଭୁବନେଶ୍ୱର ଏମ୍ସରେ ସେ ଏବେ ଚିକିତ୍ସିତ ହେଉଛନ୍ତି। ଏନେଇ ଏମ୍ସ ପକ୍ଷରୁ ମେଡିକାଲ୍ ବୁଲେଟିନ୍ ଜାରି ହୋଇଛି। ବୁଲେଟିନ୍ ରେ କୁହାଯାଇଛି, ତାଙ୍କ ସ୍ୱାସ୍ଥ୍ୟାବସ୍ଥା ସଙ୍କଟାପନ୍ନ ରହିଛି। ସେ ନିମୋନିଆରେ ପୀଡ଼ିତ। ବର୍ତ୍ତମାନ ସେ ଭେଣ୍ଟିଲେଟର ସପୋର୍ଟ ସିଷ୍ଟମରେ ରହିଛନ୍ତି। ମଧ୍ୟାହ୍ନ ପରଠାରୁ ତାଙ୍କୁ ଭେଟିଲେଟର ସପୋର୍ଟରେ ରଖାଯାଇଛି।
ଆଜି କଟକରୁ ଏମ୍ସ ସ୍ଥାନାନ୍ତର ହୋଇଛନ୍ତି ଅଭିଜିତ ମଜୁମଦାର । ସ୍ବାସ୍ଥ୍ୟାବସ୍ଥା ଗୁରୁତର ହେବାରୁ ତାଙ୍କୁ ଏମ୍ସକୁ ସ୍ଥାନାନ୍ତର କରାଯାଇଛି । ଭେଣ୍ଟିଲେଟର ସପୋର୍ଟ ଆମ୍ବୁଲାନ୍ସ ଯୋଗେ ତାଙ୍କୁ ଭୁବନେଶ୍ବର ସ୍ଥିତ ଏମ୍ସକୁ ସ୍ଥାନାନ୍ତର କରାଯାଇଛି। ଲିଭର ଜନିତ ରୋଗରେ ପୀଡିତ ହୋଇ ଗତ ସପ୍ତାହରୁ କଟକର ଏକ ଘରୋଇ ହସ୍ପିଟାଲରେ ଚିକିତ୍ସିତ ହେଉଥିଲେ ଅଭିଜିତ। ମାତ୍ର ସ୍ବାସ୍ଥ୍ୟରେ ଉନ୍ନତି ନହେବାରୁ ଆଜି ସକାଳେ ତାଙ୍କୁ ଗୁରୁତର ଅବସ୍ଥାରେ ଏମ୍ସ ସ୍ଥାନାନ୍ତର କରି ଭର୍ତ୍ତି କରାଯାଇଛି ।
ତେବେ ଏମ୍ସରେ ଭର୍ତ୍ତି ହେବା ପରେ ଅଭିଜିତଙ୍କ ବ୍ରେନରେ ସୋଡିୟମ କମିଥିବା ଏବଂ ନିଶ୍ବାସ ନେବାରେ ସମସ୍ୟା ହେଉଥିବା କୁହାଯାଉଥିଲା । ଟ୍ରମା ସେଣ୍ଟରରେ ପ୍ରାଥମିକ ଚିକିତ୍ସା ପରେ ସେଣ୍ଟ୍ରାଲ ଆଇସିୟୁରେ ଭର୍ତ୍ତି କରାଯିବ ବୋଲି ସୂଚନା ମିଳିଥିଲା ଏବଂ ଅଭିଜିତ ମଜୁମଦାରଙ୍କ ସାଥିରେ ଆସିଥିବା ଡାକ୍ତର ଅମ୍ରିତ ପାଟ୍ଟଯୋଶୀଙ୍କ ସୂଚନା ଦେଇ କହିଥିଲେ ଯେ- ଅଭିଜିତ ଗୁରୁତର ଅଛନ୍ତି । ଭେଣ୍ଟିଲେଟର ସପୋର୍ଟରେ ଅଛନ୍ତି । ବ୍ରେନ ଏବଂ ଲିଭରରେ ସମସ୍ୟା ରହିଛି । ପାନକ୍ରିଆଜରେ ସମସ୍ୟା ଦେଖା ଦେଇଛି । ବହୁବିଧ ରୋଗରେ ପୀଡ଼ିତ ଥିବା ନେଇ ଜଣାପଡ଼ିଛି। ତେବେ ଅଭିଜିତଙ୍କ ଏପରି ସଙ୍କଟ ସମୟରେ ସମସ୍ତେ ତାଙ୍କ ଆଶୁ ଆରୋଗ୍ୟ କାମନା କରିଛନ୍ତି ।