ଅନୁଗୁଳ: ବିଳମ୍ବିତ ରାତିରେ ୫୫ ନଂ ଜାତୀୟ ରାଜପଥ ଅନୁଗୁଳ ଜିଲ୍ଲା ମୁଣ୍ଡାସାହି ନିକଟରେ ଦୁର୍ଘଟଣା ଘଟିଛି । ଟ୍ରକ୍କୁ ପଛରୁ ପିଟିଲା ଟ୍ରାଭେଲର । ଏହି ଦୁର୍ଘଟଣାରେ ୧୦ରୁ ଅଧିକ ଯବାନ ଆହତ ହୋଇଛନ୍ତି । ସେମାନଙ୍କୁ ଉଦ୍ଧାର କରାଯାଇ ଚିକିତ୍ସା ପାଇଁ ମେଡ଼ିକାଲରେ ଭର୍ତ୍ତି କରାଯାଇଛି । ଗୁରୁତର ହେବାରୁ ସେମାନଙ୍କୁ କିଛି ଯବାନଙ୍କୁ କଟକ ବଡ଼ ମେଡ଼ିକାଲକୁ ସ୍ଥାନାନ୍ତର କରାଯାଇଛି ।
ସୂଚନା ଅନୁସାରେ, ବିଳମ୍ବିତ ରାତିରେ OSAP ସେକେଣ୍ଡ ବାଟାଲିଅନ ଯବାନଙ୍କୁ ନେଇ ଏକ ଟ୍ରାଭେଲର ଝାରସୁଗୁଡାରୁ ଭୁବନେଶ୍ବର ଯାଉଥିଲା । ଏହି ସମୟରେ ଟ୍ରାଭେଲରଟି ରାସ୍ତାରେ ଛିଡ଼ା ହୋଇଥିବା ଟ୍ରକକୁ ପଛରୁ ଧକ୍କା ଦେଇଥିଲା । ଫଳରେ ଟ୍ରାଭେଲରରେ ଥିବା ସମସ୍ତ ଯବାନ ଆହତ ହୋଇଥିଲେ । ସ୍ଥାନୀୟ ଲୋକେ ସମସ୍ତ ଯବାନଙ୍କୁ ଉଦ୍ଧାର କରି ଚିକିତ୍ସା ପାଇଁ ଅନୁଗୁଳ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରିଥିଲେ । ଗୁରୁତର ହେବାରୁ ସେମାନଙ୍କୁ କଟକ ସ୍ଥାନାନ୍ତର କରାଯାଇଛି। ଖବର ପାଇ, ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଜାରି କରିବା ସହିତ ଦୁର୍ଘଟଣାଗ୍ରସ୍ତ ଗାଡିକୁ ଜବତ କରିଥିଲା ।
ଏହି ଦୁର୍ଘଟଣାରେ ଆହତ ହୋଇଥିବା SOG ଯବାନଙ୍କୁ ସ୍ୱାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗ ଭେଟି ସ୍ବାସ୍ଥ୍ୟବସ୍ଥା ପଚାରି ବୁଝିଥିଲେ । ଏହା ପରେ ସେମାନଙ୍କୁ ଉତ୍ତମ ସ୍ୱାସ୍ଥ୍ୟ ସେବା ଯୋଗାଇଦେବା ନିମନ୍ତେ ଡାକ୍ତର, ସ୍ୱାସ୍ଥ୍ୟ କର୍ମୀଙ୍କୁ ନିର୍ଦ୍ଦେଶ ଦେଇଥିଲେ ।