ସୁନ୍ଦରଗଡ ; ସୁନ୍ଦରଗଡ ଜିଲ୍ଲା ହେମଗିରି ଥାନା ଛତାବର ଠାରେ ଏକ ଅଭାବନୀୟ ଘଟଣା ଘଟିଯାଇଛି । ଏକ ଅଜଣା ଗାଡି ସହ ବୋଲେରର ଧକ୍କା ହୋଇଛି । ଫଳରେ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୫ ଜଣ ଆହତ ହୋଇଛନ୍ତି ।
ସୂଚନା ଅନୁସାରେ ଗତକାଲି ବିଳମ୍ବିତ ରାତିରେ ବାଙ୍କିବାହାଲ-ଟପରିଆ ରାସ୍ତାର ଛତାବର ନିକଟରେ ବୋଲେରଟି ଅଜଣା ଗାଡି ସହ ଧକ୍କା ହୋଇଥିଲା । ଫଳରେ ବୋଲରରେ ଥିବା ଯାତ୍ରୀଙ୍କ ମଧ୍ୟରୁ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୫ ଜଣ ଆହତ ହୋଇଛନ୍ତି ଏବଂ ସେମାନଙ୍କୁ ହେମଗିରି ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି । ତେବେ ବର୍ତ୍ତମାନ ପର୍ଯ୍ୟନ୍ତ ମୃତକଙ୍କ ପରିଚୟ ମିଳିପାରିନଥିବା ବେଳେ ଡେହେନଡିହିର ବୋଲି ଜଣାପଡିଛି ।