ଆନନ୍ଦପୁର: କେନ୍ଦୁଝର ଜିଲ୍ଲା ଆନନ୍ଦପୁରରେ ସଡ଼କ ଦୁର୍ଘଟଣା ଘଟିଛି । ଟ୍ରକ୍ ଓ ସ୍କୁଲ୍ ଭ୍ୟାନ୍ ମଧ୍ୟରେ ଦୁର୍ଘଟଣା ଘଟି ସ୍କୁଲ୍ ଭ୍ୟାନ୍ ଡ୍ରାଇଭରର ମୃତ୍ୟୁ ହୋଇଛି । ପୋଲିସ ଏହି ଘଟଣାର ତଦନ୍ତ ଜାରି କରିଛି ।
ସୂଚନା ଅନୁସାରେ, ଆନନ୍ଦପୁର ୨୦ ନମ୍ବର ଜାତୀୟ ରାଜପଥ ନୂଆଗାଁ ପେଟ୍ରୋଲ ପମ୍ପ ନିକଟରେ ସ୍କୁଲ ପିଲାଙ୍କୁ ନେଇ ଯାଉଥିବା ସ୍କୁଲ୍ ଭ୍ୟାନ୍ ସହ ଟ୍ରକ ଧକ୍କା ହୋଇଥିଲା । ସ୍କୁଲ୍ ଭ୍ୟାନ୍ ଦୁର୍ଘଟଣା ପରେ ରାସ୍ତା କଡ଼କୁ ଓଲଟି ପଡିଥିଲା । ଏହି ଦୁର୍ଘଟଣାରେ ସ୍କୁଲ୍ ଭ୍ୟାନ୍ ଡ୍ରାଇଭରର ମୃତ୍ୟୁ ହେବା ସହିତ ୮ ଛାତ୍ରଛାତ୍ରୀ ଆହତ ହୋଇଥିବାବେଳେ ୩ ଜଣଙ୍କ ଅବସ୍ଥା ଗୁରୁତର ହୋଇଥିଲେ । ସେମାନଙ୍କୁ ଉଦ୍ଧାର କରାଯାଇ ଚିକିତ୍ସା ପାଇଁ ମେଡିକାଲରେ ଭର୍ତ୍ତି କରାଯାଇଥିଲା । ଦୁର୍ଘଟଣା ପରେ ଟ୍ରକ ଡ୍ରାଇଭର ଘଟଣାସ୍ଥଳରୁ ଫେରାର ହୋଇଯାଇଥିଲା । ଏନେଇ ସ୍ଥାନୀୟ ଲୋକେ ପୋଲିସକୁ ଖବର ଦେଇଥିଲେ । ଖବର ପାଇ, ପୋଲିସ ଘଟଣାସ୍ଥଳରେ ପହଞ୍ଚି ଦୁର୍ଘଟଣାଗ୍ରସ୍ତ ଗାଡ଼ିକୁ ଜବତ କରି ଘଟଣାର ତଦନ୍ତ ଜାରି ରଖିଛି ।