ବଲାଙ୍ଗୀର: ବଲାଙ୍ଗୀର-ଟିଟଲାଗଡ ଏନଏଚ୍ ୨୬ ମଠଖାଇ ପାହାଡ ନିକଟରେ ମର୍ମନ୍ତୁଦ ସଡକ ଦୁର୍ଘଟଣା ଘଟିଯାଇଛି । ଗଛରେ ପିଟି ହୋଇ ଦୁଇ ବାଇକ ଆରୋହୀଙ୍କର ମୃତ୍ୟୁ ହୋଇଛି । ସୂଚନା ଅନୁସାରେ ଦୁଇ ବାଇକ ଆରୋହୀ ଦ୍ରୁତ ଗତିରେ ଗାଡି ଚଲାଉଥିବା ସମୟରେ ଭାରସାମ୍ୟ ହରାଇ ଗଛରେ ପିଟି ହୋଇଯାଇଥିଲେ । ଯାହା ଫଳରେ ଘଟଣା ସ୍ଥଳରେ ହିଁ ଦୁଇ ଜଣଙ୍କର ମୃତ୍ୟୁ ହୋଇଥିଲା । ତେବେ ବର୍ତ୍ତମାନ ପର୍ଯ୍ୟନ୍ତ ମୃତକଙ୍କ ପରିଚୟ ମିଳିପାରିନଥିବା ବେଳେ ଖବର ପାଇ ପୁଲିସ ଘଟଣା ସ୍ଥଳରେ ପୁଲିସ ପହଂଚି ଅଧିକ ତଦନ୍ତ ଜାରି ରଖିଛି ।