ଭୁବନେଶ୍ୱର: ତୁହାକୁ ତୁହା ବର୍ଷାରେ ଭିଜିବ ସାରା ରାଜ୍ୟ । ଉତ୍ତର ଆନ୍ଧ୍ରପ୍ରଦେଶ ଓ ଦକ୍ଷିଣ ଓଡ଼ିଶା ଉପକୂଳ ସମୁଦ୍ରରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଯାହାର ପ୍ରଭାବରେ ସାରା ରାଜ୍ୟରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଆଗାମୀ ୧୨ ଘଣ୍ଟା ମଧ୍ୟରେ ଲଘୁଚାପ କ୍ଷେତ୍ର ଲଘୁଚାପରେ ପରିଣତ ହେବ। ଆଗାମୀ ୩ ଦିନ ପର୍ଯ୍ୟନ୍ତ ଲଘୁଚାପ ପ୍ରଭାବରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି।
ରାଜଧାନୀ ଭୁବନେଶ୍ୱର ସମେତ ରାଜ୍ୟର ଅଧିକାଂଶ ଜିଲ୍ଲାରେ ପ୍ରବଳ ବର୍ଷା ହେଉଛି । ପ୍ରବଳରୁ ଅତିପ୍ରବଳ ବର୍ଷା ପାଇଁ କୋରାପୁଟ ଓ ମାଲକାନଗିରିରେ ଅରେଞ୍ଜ ଆଲର୍ଟ ଜାରି କରାଯାଇଛି। ରାଜ୍ୟର ଆଉ ୨୮ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ପାଇଁ ୟେଲୋ ଆଲର୍ଟ ଜାରି କରାଯାଇଛି । ଏନେଇ ପାଣିପାଗ ବିଭାଗ ପକ୍ଷରୁ ସୂଚନା ମିଳିଛି । ରାଜ୍ୟବାସୀଙ୍କୁ ସତର୍କତାର ସହିତ ରହିବା ପାଇଁ ନିର୍ଦ୍ଦେଶ ଦେବା ସହିତ ଆସନ୍ତା ୧୬ ତାରିଖ ପର୍ଯ୍ୟନ୍ତ ସମୁଦ୍ର ଅଶାନ୍ତ ରହୁଥିବାରୁ ସମୁଦ୍ର ମଧ୍ୟକୁ ଯିବାକୁ ମତ୍ସ୍ୟଜୀବୀଙ୍କୁ ବାରଣ କରାଯାଇଛି। ରାଜ୍ୟରେ ୩ ଦିନ ବର୍ଷା ହେବା ପରେ ଆସନ୍ତା ୧୮ ତାରିଖରୁ ପାଗରେ ପରିବର୍ତ୍ତନ ହେବ । ଏନେଇ ସୂଚନା ମିଳିଛି । ରାଜ୍ୟରେ ଗତକିଛି ଦିନ ହେବ ବର୍ଷା ଜାରି ରହିଛି । ଲୋକମାନେ ଘରୁ ବାହାରିବା ପାଇଁ ମଧ୍ୟ ବିଭିନ୍ନ ସମସ୍ୟାର ସମ୍ମୁଖୀନ ହେଉଛନ୍ତି ।