ଭୁବନେଶ୍ୱର: ବିଧାନସଭାର ଶୀତ ଅଧିବେଶନର ତୃତୀୟ ଦିନର ପ୍ରଶ୍ନକାଳ ଧୋଇଯାଇଛି । ବିରୋଧୀଙ୍କ ହଟ୍ଟଗୋଳ ଓ ନାରାବାଜି ଯୋଗୁଁ ବାଚସ୍ପତି ସୁରମା ପାଢ଼ୀ ଗୃହକୁ ସାଢ଼େ ଏଗାରଟା ଯାଏ ମୁଲବତୀ ଘୋଷଣା କରିଛନ୍ତି ।
ଆଜି ମଧ୍ୟ ଗୃହରେ ସମାନ ସ୍ଥିତି ଦେଖିବାକୁ ମିଳିଥିଲା । ପ୍ରଶ୍ନକାଳ ଆରମ୍ଭରୁ ବିରୋଧୀ ବିଜେଡ଼ି ଓ କଂଗ୍ରେସ ସଦସ୍ୟମାନେ ନାରାବାଜି ଆରମ୍ଭ କରିଦେଇଥିଲେ । ଗଞ୍ଜାମ ବନ୍ୟା ଓ କୋଟିଆ ପ୍ରସଙ୍ଗରେ ସରକାରଙ୍କୁ ଘେରିଥିଲେ । ବିରୋଧୀ ସଦସ୍ୟମାନେ ଗୃହର ମଧ୍ୟ ଭାଗକୁ ଚାଲିଆସି ବାଚସ୍ପତିଙ୍କ ପୋଡ଼ିୟମ ନିକଟରେ ହଙ୍ଗାମା କରିଥିଲେ । ବାଚସ୍ପତିଙ୍କ ଅନୁରୋଧ ସତ୍ୱେ ବିରୋଧୀ ଶାନ୍ତି ବଜାୟ ନ ରଖିବାରୁ ବାଚସ୍ପତି ଗୃହକୁ ମୁଲତବୀ ଘୋଷଣା କରିଥିଲେ ।