ଭୁବନେଶ୍ୱର: ପୁଣି ଦୁର୍ଘଟଣା ଘଟାଇଲା ଆମ ବସ୍ । ଭୁବନେଶ୍ୱର ମଞ୍ଚେଶ୍ୱର ରେଳ ଷ୍ଟାଡିୟମ ନିକଟରେ ଏକ ଆମ ବସ୍ ବାପା-ଝିଅଙ୍କୁ ଧକ୍କା ଦେଇଛି । ଫଳରେ ଉଭୟଙ୍କ ଅବସ୍ଥା ଗୁରୁତର ରହିଛି । ଗୁରୁତର ଅବସ୍ଥାରେ ଉଭୟଙ୍କୁ ମେଡିକାଲରେ ଭର୍ତ୍ତି କରାଯାଇଛି । ଅନ୍ୟପଟେ ଦୁର୍ଘଟଣା ପରେ ଘଟଣାସ୍ଥଳରେ ଉତ୍ତେଜନା ଦେଖାଦେଇଛି । ସ୍ଥାନୀୟ ଲୋକେ ବସକୁ ଅଟକାଇ ହୋହାଲ୍ଲା କରିଛନ୍ତି । ପୋଲିସ ପହଞ୍ଚି ଲୋକଙ୍କୁ ବୁଝାସୁଝା କରୁଛି ।