ଅମରେଶ ଜେନାଙ୍କୁ ମିଳିଲା ଜାମିନ। ଜାମିନ ପ୍ରଦାନ କରିଛନ୍ତି ଓଡିଶା ହାଇକୋର୍ଟ। ଜଣେ ୧୯ ବର୍ଷିଆ ଦୁଷ୍କର୍ମ କରିବା ଅଭିଯୋଗରେ ଗିରଫ ହୋଇଥିଲେ ବାଇଁଆ ଓରଫ ଅମରେଶ ଜେନା। ଅମରେଶ ଜେନାଙ୍କ ମାମଲା ପରିଚାଳନା କରୁଥିଲେ ବରିଷ୍ଠ ଆଇନଜୀବୀ ସୌରଚନ୍ଦ୍ର ମହାପାତ୍ର। ୨୫ ହଜାର ଟଙ୍କାର ଦୁଇ ଜଣ ଜାମିନଦାରଙ୍କ ଦ୍ଵାରା ଜାମିନରେ ଯାଇପାରିବେ। ତେବେ ଜାମିନରେ ଯାଇ ସାକ୍ଷୀମାନଙ୍କୁ ପ୍ରଭାବିତ କରିବେ ନାହିଁ ବୋଲି ସର୍ତ୍ତରେ ତାଙ୍କୁ ଓଡିଶା ହାଇକୋର୍ଟ ଜାମିନ ପ୍ରଦାନ କରିଛନ୍ତି।
ଜଣେ ନାବାଳିକାଙ୍କୁ ବିବାହର ପ୍ରତିଶ୍ରୁତି ଦେଇ ଦୁଷ୍କର୍ମ ଓ ଗର୍ଭନଷ୍ଟ କରିବା ସହ ହତ୍ୟା ଧମକ ଦେବା ନେଇ ଲକ୍ଷ୍ମୀସାଗର ଥାନାରେ ଯୁବତୀ ଜଣଙ୍କ ଅଭିଯୋଗ କରିଥିଲେ। ଏନେଇ ଲକ୍ଷ୍ମୀସାଗର ଥାନା ପୁଲିସ କେସ୍ ନଂ-୩୯୪ରେ ବିଏନ୍ଏସ୍ ଦଫା ୬୪(୨)(ଏମ), ୮୯, ୨୯୬, ୩୫୧(୨) ଓ ପୋକ୍ସୋ ଆକ୍ଟ-୨୦୧୨ର ଧାରାର ୬ରେ ମାମଲା ରୁଜୁ କରିଥିଲା। ପୁଲିସ ମାମଲା ରୁଜୁ ପରେ ଯୁବତୀଙ୍କ ଡାକ୍ତରୀ ମଇନା କରାଇବା ସହ ବିଏନ୍ଏସ୍ଏସ୍ ଦଫା-୧୮୩ରେ ଯୁବତୀଙ୍କ ବୟାନ ରେକର୍ଡ କରିଥିଲା। ତେବେ ଏଠି ଘଟଣାରେ ସେ ଗିରଫ ହେବା ପରେ ବିଜେଡି ତାଙ୍କୁ ଦଳରୁ ନିଲମ୍ବନ କରିଛି।