କନ୍ଧମାଳ: କନ୍ଧମାଳ ଜିଲ୍ଲା ବାଲିଗୁଡ଼ା ଥାନା ଅନ୍ତର୍ଗତ ମହାସିଙ୍ଗରେ ଗତକଲି ବିଳମ୍ବିତ ରାତିରେ ଏକ ମର୍ମନ୍ତୁଦ ଦୁର୍ଘଟଣାରେ ଘଟିଛି । ଦୁର୍ଘଟଣାରେ ୩ ଜଣଙ୍କର ମୃତ୍ୟୁ ହୋଇଥିବା ପ୍ରାଥମିକ ସୂଚନାରୁ ଜଣାପଡ଼ିଛି ।
ସୂଚନା ମୁତାବକ, ବାଲିଗୁଡ଼ା ମହାସିଙ୍ଗ ନିକଟସ୍ଥ ଗେଗୁରପଦର ନିକଟରେ ୩ ଜଣ ବାଇକରେ ଯାଉଥିଲେ । ଏହି ସମୟରେ ଏକ ଅଜଣା ଗାଡ଼ି ସେମାନଙ୍କ ବାଇକକୁ ଧକ୍କା ଦେଇଥିଲା । ଫଳରେ ବାଇକ ଆରୋହୀମାନଙ୍କ ମଧ୍ୟରୁ ୨ ଜଣଙ୍କର ଘଟଣାସ୍ଥଳରେ ମୃତ୍ୟୁ ହୋଇଥିଲା । ଖବର ପାଇ ପୋଲିସ ଓ ଅଗ୍ନିଶମ ବାହିନୀ ଘଟଣା ସ୍ଥଳରେ ପହଁଚି ଅନ୍ୟ ଗୁରୁତର ବ୍ୟକ୍ତିଙ୍କୁ ଉଦ୍ଧାର କରି ବାଲିଗୁଡ଼ା ଉପଖଣ୍ଡ ହସ୍ପିଟାଲରେ ଭର୍ତ୍ତି କରିଥିଲେ । ମାତ୍ର ସେଠାରେ ଚିକିତ୍ସାଧିନ ଅବସ୍ଥାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଛନ୍ତି। କୌଣସି ମୃତକଙ୍କ ପରିଚୟ ମିଳିପାରି ନାହିଁ । ସେପଟେ ଦୁର୍ଘଟଣା ଘଟାଇଥିବା ଗାଡ଼ିଟି ଘଟଣା ସ୍ଥଳରୁ ଚମ୍ପଟ ମାରିଛି । ପୋଲିସ ଘଟଣା ସ୍ଥଳରେ ପହଁଚି ମୃତ ଦେହ ଏବଂ ବାଇକକୁ ଜବତ କରି ଯାଞ୍ଚ ଆରମ୍ଭ କରିଛି ।