ଭୁବନେଶ୍ୱର: ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ ସକ୍ରିୟ ହେବା ଫଳରେ ରାଜ୍ୟରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ଜାରି ରହିଛି । ଗତ କିଛି ଦିନ ହେବ ରାଜ୍ୟର ଅଧିକାଂଶ ସ୍ଥାନରେ ପ୍ରବଳ ବର୍ଷା ହେବାରେ ଲାଗିଛି । ଏହାରି ମଧ୍ୟରେ ପୁଣି ଆଉ ଏକ ଲଘୁଚାପ ସୃଷ୍ଟି ହୋଇପାରେ ବୋଲି ସମ୍ଭାବନା ରହିଛି । ଉକ୍ତ ଲଘୁଚାପଗାଙ୍ଗେୟ ପଶ୍ଚିମବଙ୍ଗ ଓ ଏହାର ଆଖପାଖରେ ଲଘୁଚାପ ସୃଷ୍ଟି ସମ୍ଭାବନା ରହିଛି । ଫଳରେ ଆଗାମୀ ୩ ଦିନ ପର୍ଯ୍ୟନ୍ତ ରାଜ୍ୟରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବ ଏନେଇ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପୂର୍ବାନୁମାନ କରିଛି ।
ଆଜି ବର୍ଷା ଓ ବଜ୍ରପାତ ପାଇଁ ସୁନ୍ଦରଗଡ଼, ଝାରସୁଗୁଡ଼ା ଓ କେନ୍ଦୁଝର ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଓ ୧୪ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ଆସନ୍ତା ୮ ତାରିଖରୁ ଉପକୂଳ ଓଡ଼ିଶାରେ ବର୍ଷାର ପରିମାଣ କମିବାର ସମ୍ଭାବନା ରହିଛି । ସୁନ୍ଦରଗଡ଼, ଝାରସୁଗୁଡ଼ା, ସମ୍ବଲପୁର ଓ ଦେବଗଡରେ ୮ ତାରିଖ ପର୍ଯ୍ୟନ୍ତ ବର୍ଷା ହୋଇପାରେ ବୋଲି ସୂଚନା ମିଳିଛି । ଆସନ୍ତା ୧୦ରୁ ୧୨ ତାରିଖରେ ପାଗରେ ସାମାନ୍ୟ ପରିବର୍ତ୍ତନ ଆସିପାରେ ।