ଭୁବନେଶ୍ୱର: ରାଜ୍ୟରେ ଘୂର୍ଣ୍ଣିବଳୟ ପ୍ରଭାବରେ ଆସନ୍ତାକାଲି ପର୍ଯ୍ୟନ୍ତ ବର୍ଷା ହେବାର ସମ୍ଭାବନା ରହିଛି । ଉପକୂଳ ଏବଂ ଆଭ୍ୟନ୍ତରୀଣ ଓଡ଼ିଶାର କିଛି ସ୍ଥାନରେ ମଧ୍ୟ ବିଜୁଳି ଘଡ଼ଘଡ଼ି ହେବ। ଆଜି ବର୍ଷା ପବନ ଓ ବିଜୁଳି ଘଡ଼ଘଡ଼ି ପାଇଁ କଳାହାଣ୍ଡି, ରାୟଗଡ଼ା ଓ କୋରାପୁଟ ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି କରାଯାଇଛି । ଉପକୂଳ ଓଡ଼ିଶା ସମେତ ଦକ୍ଷିଣ ଓଡ଼ିଶାରେ ବର୍ଷାର ପ୍ରଭାବ ଅଧିକ ରହିବ ବୋଲି ଆକଳନ କରିଛି ପାଣିପାଗ ବିଭାଗ ।
ଅନ୍ୟପଟେ ଆସନ୍ତା ୨୨ ତାରିଖ ବେଳକୁ ବଙ୍ଗୋପସାଗରରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଥିବା ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପୂର୍ବାନୁମାନ କରିଛି । ବର୍ତ୍ତମାନ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ପ୍ରଭାବରେ ଆଗାମୀ ୨୪ ଘଣ୍ଟାରେ ରାଜ୍ୟର ବିଭିନ୍ନ ସ୍ଥାନରେ ହାଲୁକାରୁ ମଧ୍ୟମଧରଣର ବର୍ଷା ହେବ ବୋଲି ସୂଚନା ମିଳିଛି । ଉପକୂଳବର୍ତ୍ତୀ ଅଞ୍ଚଳ ସମେତ ତାର ପାର୍ଶ୍ଵବର୍ତ୍ତୀ ଜିଲ୍ଲାକୁ ପ୍ରବଳ ବର୍ଷା ନେଇ ସତର୍କ ସୂଚନା ଜାରି କରାଯାଇଛି ।