ଭୁବନେଶ୍ବର: ଆସନ୍ତା ୩୦ ତାରିଖରେ କଳାହାଣ୍ଡି ଜିଲ୍ଲାରୁ ଆରମ୍ଭ ହେବ ଅନ୍ତ୍ୟୋଦୟ ଗୃହ ଯୋଜନା । ଶୁଭାରମ୍ଭ କରିବେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ଏହି ଯୋଜନାରେ ୫୦ ହଜାର ଲୋକଙ୍କୁ ଯୋଡ଼ିବାକୁ ଲକ୍ଷ୍ୟ ରଖିଛନ୍ତି ସରକାର । ଏ ନେଇ ଗୁରୁବାର ପଞ୍ଚାୟତିରାଜ ମନ୍ତ୍ରୀ ରବିନାରାୟଣ ନାଏକ ସୂଚନା ଦେଇଛନ୍ତି ।
ସେ କହିଛନ୍ତି, ଗରିବ ଲୋକଙ୍କୁ ଅନ୍ତ୍ୟୋଦୟ ଗୃହ ଯୋଜନାରେ ସାମିଲ କରାଯିବ । ଭିନ୍ନକ୍ଷମ, ବିଧବା, ଦୂରାରୋଗରେ ପୀଡିତ ଥିବା ବ୍ୟକ୍ତି ଏବଂ ସହିଦ ପରିବାର ବ୍ୟକ୍ତି, ପଦ୍ମଶ୍ରୀ ପରିବାର ବ୍ୟକ୍ତି, ବନ୍ୟା ବାତ୍ୟା ଓ ଅଗ୍ନିକାଣ୍ଡ ଘଟି ଘରପୋଡି ଥିବା ବ୍ୟକ୍ତିଙ୍କୁ ଏହି ଯୋଜନାରେ ସାମିଲ କରାଯିବ।
ଏଥିପାଇଁ ଅନଲାଇନରେ ଆବେଦନ କରିବେ ଆଶାୟୀ। ଫୋନ୍ ନମ୍ବର ୦୬୭୪୬୮୧୭୭୭୭ ଏବଂ ୱେବ ପୋର୍ଟାଲ ମାଧ୍ୟମରେ ପଞ୍ଚାୟତ କାର୍ଯ୍ୟାଳୟରେ ବିଡ଼ିଓଙ୍କ ମାଧ୍ୟମରେ ପଞ୍ଜିକୃତ କରିପାରିବେ । ପଞ୍ଚାୟତ ମାଧ୍ୟମରେ ବିଡ଼ିଓଙ୍କ ସହିତ ଯୋଗାଯୋଗ ପାଇଁ ମନ୍ତ୍ରୀଙ୍କ ଅନୁରୋଧ କରିଛନ୍ତି ।ମାର୍ଚ୍ଚ ୩୧ରେ ଆବାସ ସର୍ଭେର ଡେଡ୍ଲାଇନ ରହିଛି। ଏବେ ଯାଏଁ ସର୍ଭେରେ ସାଢେ ୧୯ ଲକ୍ଷ ଲୋକ ନାମ ପଞ୍ଜିକରଣ କଲେଣି । ଏ ନେଇ ପଞ୍ଚାୟତିରାଜ ମନ୍ତ୍ରୀ ରବିନାରାୟଣ ନାଏକ ସୂଚନା ହେଇଛନ୍ତି । ଏବେ ପ୍ରଧାନମନ୍ତ୍ରୀ ଆବାସ ଯୋଜନାର ସର୍ଭେ ଚାଲିଛି ଯାହା ମାର୍ଚ୍ଚ ୩୧ ଯାଏଁ ଚାଲିବ । ଆହୁରି ୧୭ରୁ ୧୮ଦିନ ଥିବାରୁ ଆହୁରି ଅଧିକ ଲୋକ ସାମିଲ ହେବେ ବୋଲି ଆଶା କରାଯାଉଛି।
ସୂଚନାଯୋଗ୍ୟ, ବଜେଟ୍ରେ ଅନ୍ତୋଦୟ ଯୋଜନା ଲାଗି ୭୭୫୦ କୋଟି ଟଙ୍କା ବ୍ୟୟ ବରାଦ କରିଛନ୍ତି ରାଜ୍ୟ ସରକାର। ଏହା ଅଧିନରେ ଆସନ୍ତା ୩ ବର୍ଷରେ ଅତି କମ୍ରେ ୨ ଲକ୍ଷ ୨୫ ହଜାର ନୂତନ ପକ୍କା ଘର ମଞ୍ଜୁର କରାଯିବ । ୨୦୨୫-୨୬ରେ ୭୫ ହଜାର ଗୃହ ନିର୍ମାଣ ପାଇଁ ଲକ୍ଷ୍ୟ ରଖାଯାଇଛି । ଚଳିତ ବଜେଟ୍ରେ ଏଥିପାଇଁ ୨ ହଜାର ୬୦୩ କୋଟି ବ୍ୟୟ ବରାଦ ହୋଇଛି ।