ଭୁବନେଶ୍ୱର: ଓଡ଼ିଶା ପାଇଁ ଗର୍ବ ଆଣିଛନ୍ତି ପୋଲିସ ବିଭାଗର ଦୁଇ କର୍ମଚାରୀ କନଷ୍ଟେବଳ ଅଶୋକ ଦଣ୍ଡସେନା ଓ ସୁସ୍ମିତା ଟିଗା । ଯୁକ୍ତରାଷ୍ଟ୍ର ଆମେରିକାର ବର୍ମିଂହାମରେ ଅନୁଷ୍ଠିତ ହୋଇଥିବା ବିଶ୍ୱ ପୋଲିସ ଏବଂ ଅଗ୍ନିଶମ କ୍ରୀଡା ୨୦୨୫ରେ କନଷ୍ଟେବଳ ଅଶୋକ ଦଣ୍ଡସେନା ଓ ସୁସ୍ମିତା ଟିଗା ବିଜୟଲାଭ କରିଛନ୍ତି ।
ଅଶୋକ ଦଣ୍ଡସେନା ୮୦୦ ମିଟର ପୁରୁଷ ବର୍ଗ ଦୌଡ଼ରେ ସ୍ୱର୍ଣ୍ଣ ପଦକ ଜିତିଥିବାବେଳେ କନଷ୍ଟେବଳ ସୁସ୍ମିତା ଟିଗା ୮୦୦ ମିଟର ମହିଳା ବର୍ଗ ଦୌଡ଼ରେ ରୌପ୍ୟ ପଦକ ହାସଲ କରିଛନ୍ତି ।
ଏହି ବିରଳ ସଫଳତାରେ ରାଜ୍ୟ ଆରକ୍ଷୀ ମହାନିର୍ଦ୍ଦେଶକ ଯୋଗେଶ ବାହାଦୁର ଖୁରାନିଆ ଶୁଭେଚ୍ଛା ଓ ଅଭିନନ୍ଦନ ଜଣାଇବା ସହ କ୍ରୀଡ଼ାବିତଙ୍କ ଉଜ୍ଜ୍ୱଳ ଭବିଷ୍ୟତ କାମନା କରିଛନ୍ତି । ଏହି ଦୁଇ ପ୍ରତିଯୋଗୀ ଏକ ନୂତନ ମାଇଲ ଖୁଣ୍ଟ ସ୍ଥାପନ କରିଛନ୍ତି । ଉଭୟଙ୍କ ଉଭୟ ଅଶୋକ ଓ ସୁସ୍ମିତା ବିଶ୍ୱସ୍ତରୀୟ ପ୍ରତିଯୋଗିତାରେ ଅସାଧାରଣ କ୍ରୀଡା କୌଶଳ ପ୍ରଦର୍ଶନ କରିବା ସହ ଓଡ଼ିଶାର ପୋଲିସର ସୁନାମ ବଢ଼ାଇଛନ୍ତି ବୋଲି କହିଛନ୍ତି ।
ଉଲ୍ଲେଖଯୋଗ୍ୟ, ବିଶ୍ୱ ପୋଲିସ ଏବଂ ଅଗ୍ନିଶମ କ୍ରୀଡା ପ୍ରତି ଦୁଇ ବର୍ଷରେ ଅନୁଷ୍ଠିତ ହୋଇଥାଏ । ଯେଉଁଥିରେ ପୋଲିସ, ଅଗ୍ନିଶମ ଏବଂ ବିଶ୍ୱର ଅନ୍ୟାନ୍ୟ ସାର୍ବଜନୀନ ସୁରକ୍ଷା ସଂସ୍ଥାର ହଜାର ହଜାର ଖେଳାଳି ଅଂଶଗ୍ରହଣ କରିଥାନ୍ତି ।