ଆଜି ଅନୁଗୁଳ ଆଠମଲ୍ଲିକ ସହକାରୀ ନିର୍ବାହୀ ଯନ୍ତ୍ରୀ ରାମଚନ୍ଦ୍ର ଶତପଥୀ ଗିରଫ ହୋଇଛନ୍ତି। ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଭିଜିଲାନ୍ସ ତାଙ୍କୁ ଗିରଫ କରିଛି । ଗତକାଲି ଏହି ଅଭିଯୋଗକୁ ଭିତ୍ତି କରି ଭିଜିଲାନ୍ସ ଟିମ ଏକକାଳୀନ ଏକାଧିକ ସ୍ଥାନରେ ଚଢାଉ କରିଥିଲା । ଢେଙ୍କାନାଳ ସହର ଗାୟତ୍ରୀ ନଗରସ୍ଥିତ ବାସଭବନ ସମେତ ଆଠମଲ୍ଲିକ ବ୍ଲକ କାର୍ଯ୍ୟାଳୟ ଓ ସରକାରୀ ବାସଭବନ, ଢେଙ୍କାନାଳ ସଦର ବ୍ଲକ ବଣସିଂହସ୍ଥିତ ପୈତୃକ ଘର ଓ କଟକ ସହିତ ଧର୍ମଗଡ ଓ ଜୁନାଗଡ଼ରେ ଥିବା ଦୁଇ ଝିଅଙ୍କ ଘରେ ବି ଭିଜିଲାନ୍ସ ପକ୍ଷରୁ ଚଢ଼ାଉ ଜାରି କରାଯାଇଥିଲା ।
ଚଢ଼ାଉ ସମୟରେ ସହକାରୀ ନିର୍ବାହୀ ଯନ୍ତ୍ରୀଙ୍କ ଘରୁ ପୁଳା ପୁଳା ଟଙ୍କା ଜବତ କରାଯାଇଥିଲା । ଗୋଟିଏ ଦ୍ବିମହଲା କୋଠା, ୨୨ଟି ଦାମୀ ପ୍ଲଟ ଠାବ ହେବା ସହିତ କୋଟିଏରୁ ଅଧିକ ଟଙ୍କାର ବ୍ୟାଙ୍କ ଜମା ସହ ନଗଦ ୨୪ ଲକ୍ଷ ଜବତ କରାଯାଇଥିଲା ।