ଖଲ୍ଲିକୋଟ: ପୁଣି ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଖଲ୍ଲିକୋଟରେ ଜଣେ ଯୁବକଙ୍କୁ ଛୁରାମାଡ଼ ହୋଇଛି । ଛୁରାମାଡ଼ରେ ଯୁବକ ଗୁରୁତର ଆହତ ହେବାରୁ ତାଙ୍କୁ ଚିକିତ୍ସା ପାଇଁ ମେଡିକାଲରେ ଭର୍ତ୍ତି କରାଯାଇଛି । ପୋଲିସ ଘଟଣାର ତଦନ୍ତ ଜାରି ରଖିଛି । ଗୁରୁତର ଯୁବକ ସିଲୁ ପାହାନ ।
ସୂଚନା ଅନୁସାରେ, ଖଲ୍ଲିକୋଟର ମାଟିଆସାହି ଛକରେ ପୂର୍ବ ଶତ୍ରୁତାରୁ ୩ରୁ ୪ ଜଣ ଯୁବକ ସିଲୁ ପାହାନଙ୍କୁ ସଂଘବଦ୍ଧ ଆକ୍ରମଣ କରିଥିଲେ । ଆକ୍ରମଣରେ ସେ ଗୁରୁତର ଆହତ ହୋଇଥିଲେ । ଚିକିତ୍ସା ପାଇଁ ତାଙ୍କୁ ନିକଟସ୍ଥ ମେଡିକାଲରେ ଭର୍ତ୍ତି କରାଯାଇଥିଲା ସେଠାରୁ ବ୍ରହ୍ମପୁର MKCGକୁ ସ୍ଥାନାନ୍ତର କରାଯାଇଛି । ଏନେଇ ପୋଲିସ ଖବର ପାଇ, ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଜାରି ରଖିଛି । କେଉଁ କାରଣରୁ ଯୁବକଙ୍କୁ ଆକ୍ରମଣ ହୋଇଛି ତାହା ଅସ୍ପଷ୍ଟ ରହିଛି ।