ଭୁବନେଶ୍ବର: ରାଜ୍ୟରେ ଖୁବ୍ଶୀଘ୍ର ଲାଗୁ ହେବ ଆୟୁଷ୍ମାନ ଭାରତ-ଗୋପବନ୍ଧୁ ଜନ ଆରୋଗ୍ୟ ସ୍ଵାସ୍ଥ୍ୟ ବୀମା ଯୋଜନା । ଏ ନେଇ ମଙ୍ଗଳବାର ନିଜର ପ୍ରତିକ୍ରିୟାରେ କହିଛନ୍ତି ସ୍ବାସ୍ଥ୍ୟ ମନ୍ତ୍ରୀ ମୁକେଶ ମହାଲିଙ୍ଗ। ଆୟୁଷ୍ମାନ ଭାରତ ଯୋଜନାରେ ଲୋକଙ୍କୁ ସ୍ଵାସ୍ଥ୍ୟ କାର୍ଡ ମିଳିବ।
ମନ୍ତ୍ରୀ କହିଛନ୍ତି, ରାଜ୍ୟର ୧ କୋଟି ପରିବାରର ସାଢ଼େ ୩ କୋଟି ଲୋକଙ୍କୁ ସ୍ଵାସ୍ଥ୍ୟ କାର୍ଡ ମିଳିବ । ଏହି କାର୍ଡ ଜରିଆରେ ରାଜ୍ୟବାସୀ ଦେଶର ୨୭ ହଜାର ହସ୍ପିଟାଲରେ ସ୍ଵାସ୍ଥ୍ୟ ସେବା ପାଇପାରିବେ । ୭୦ ବର୍ଷରୁ ଉର୍ଦ୍ଧ୍ବ ବୟସ୍କ ବି ଏହି ସ୍ଵାସ୍ଥ୍ୟ ବୀମାର ସୁବିଧା ପାଇବେ। ଦାଦନ ଶ୍ରମିକଙ୍କୁ ଆୟୁଷ୍ମାନ ଭାରତ-ଗୋପବନ୍ଧୁ ଜନ ଆରୋଗ୍ୟ ସ୍ଵାସ୍ଥ୍ୟ ବୀମାର ଫାଇଦା ମିଳିବ।
ଆୟୁଷ୍ମାନ ଭାରତ ଯୋଜନା ଅଧୀନରେ ୬୭ ଲକ୍ଷ ପରିବାର ଓ ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନା ଅଧୀନରେ ବଳକା ୩୩ ଲକ୍ଷ ପରିବାର ସ୍ଵାସ୍ଥ୍ୟ ବୀମାରେ ସାମିଲ ହେବେ । ନୂଆ ସ୍ଵାସ୍ଥ୍ୟ ବୀମାରେ ପୁରୁଷଙ୍କୁ ୫ ଲକ୍ଷ ଟଙ୍କା ଓ ମହିଳାଙ୍କୁ ୧୦ଲକ୍ଷ ଟଙ୍କା ପର୍ଯ୍ୟନ୍ତ ସ୍ଵାସ୍ଥ୍ୟ ସୁବିଧା ମିଳିବ ବୋଲି ସ୍ଵାସ୍ଥ୍ୟମନ୍ତ୍ରୀ କହିଛନ୍ତି ।
ସୂଚନାଯୋଗ୍ୟ, ନିର୍ବାଚନ ପ୍ରଚାର ସମୟରେ ବିଜେପି ରାଜ୍ୟରେ ସରକାର ଗଢିଲେ ଆୟୁଷ୍ମାନ ଭାରତ ଯୋଜନା ଲାଗୁ କରିବ ବୋଲି ପ୍ରତିଶ୍ରୁତି ଦେଇଥିଲା। ଏହା ରାଜ୍ୟରେ ଶୀଘ୍ର ଲାଗୁ ହେବାକୁ ଯାଉଛି।