ପୁରୀ: ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ବଡ଼ ମହାସ୍ନାନ ପାଇଁ ଏକଘଣ୍ଟା ପର୍ଯ୍ୟନ୍ତ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ। ଅବକାଶ ପୂଜା ସମୟରେ ଶ୍ରୀମନ୍ଦିରର ଭିତର କାଠ ପାଖରେ ଛେପ ଖଙ୍କାର ପଡ଼ିଥିବାରୁ ବଡ଼ ମହାସ୍ନାନ କରାଯାଇଛି । ଏନେଇ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ମିଳିଛି । ଏହି ସମୟରେ ଶ୍ରଦ୍ଧାଳୁମାନେ ପାର୍ଶ୍ଵ ଦେବାଦେବୀଙ୍କ ଦର୍ଶନ କରିପାରିବେ । ବଡ଼ ମହାସ୍ନାନରେ ମହାପ୍ରଭୁଙ୍କ ମହାସ୍ନାନ କରାଯାଇ ମନ୍ଦିର ଭିତର ସୌଧ କରାଯାଇଥାଏ । ଉକ୍ତ ସ୍ଥାନକୁ ଧୁଆ ଯାଇ ଚୁନ ପକାଯାଇଥିଲା । ଏହା ପରେ ପୁନର୍ବାର ସର୍ବସାଧାରଣ ଦର୍ଶନ ଆରମ୍ଭ ହୋଇଥାଏ ।
ସୂଚନାଯୋଗ୍ୟ, ଶ୍ରୀମନ୍ଦିର କିଛି ଅଘଟଣ ଯେମିତିକି ରକ୍ତଛିଟା ,କିମ୍ବା କାହାର ମୃତ୍ୟୁ ହୁଏ ତେବେ ତେବେ ମହାପ୍ରଭୁଙ୍କ ମହାସ୍ନାନ ନୀତି ଅନୁଷ୍ଠିତ ହୁଏ । ମନ୍ଦିର ପରିସର ମଧ୍ୟରେ ଯଦି ରକ୍ତ ଛିଟା ପଡ଼େ, କିଏ ବାନ୍ତି କରିଦେଲେ ତେବେ ଶ୍ରୀଜୀଉଙ୍କ ସାଧାରଣ ଦର୍ଶନ ବନ୍ଦ କରାଯାଇ ଉକ୍ତ ସ୍ଥାନରେ ଚୂନ ପାଣି ପକାଯାଇ ଶୁଦ୍ଧିକରଣ କରାଯାଏ । ପରେ ମହାପ୍ରଭୁଙ୍କ ବଡ଼ ମହାସ୍ନାନ ନୀତି ଅନୁଷ୍ଠିତ ହୋଇଥାଏ । ଏହା ପରେ ମହାପ୍ରଭୁଙ୍କ ଦର୍ଶନ ସ୍ୱାଭାବିକ ଯୋଇଥାଏ ।