ଭୁବନେଶ୍ୱର: ରାତି ପାହିଲେ ପାଳନ ହେବ ପଶ୍ଚିମ ଓଡ଼ିଶାର ଗଣପର୍ବ ନୂଆଁଖାଇ । ଏଥିପାଇଁ ଚଳଚଞ୍ଚଳ ହୋଇପଡ଼ିଛି ପଶ୍ଚିମ ଓଡ଼ିଶା । ଏହି ଆସନ୍ତା ସୋମବାର (ସେପ୍ଟେମ୍ବର ୯ ତାରିଖ)ରେ ରାଜ୍ୟରେ ସମସ୍ତ ବ୍ୟାଙ୍କ ଓ ଅନ୍ୟାନ୍ୟ ବ୍ୟାଙ୍କିଙ୍ଗ୍ ସଂସ୍ଥା ମଧ୍ୟ ବନ୍ଦ ରହିବ । ଏ ନେଇ ରାଜ୍ୟ ସରକାର ଘୋଷଣା କରିଛନ୍ତି । ନୂଆଁଖାଇ ସେପ୍ଟେମ୍ବର ୮, ରବିବାରରେ ପଡ଼ୁଥିବାରୁ ଆସନ୍ତା ସୋମବାରକୁ ଛୁଟି ଘୋଷଣା କରିଛନ୍ତି ସରକାର । ଏହା ସହିତ ସବୁ ସରକାରୀ କାର୍ଯ୍ୟାଳୟ, ମାଜିଷ୍ଟେରିଆଲ କୋର୍ଟ ଓ ସମସ୍ତ ଶିକ୍ଷାନୁଷ୍ଠାନ ବନ୍ଦ ରହିବ ବୋଲି ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି । ଏହା ପୂର୍ବରୁ ନୂଆଁଖାଇ ପାଇଁ ରାଜ୍ୟର ସମସ୍ତ ସରକାରୀ, ସରକାରୀ ଅନୁଦାନପ୍ରାପ୍ତ ଓ ବେସରକାରୀ ବିଦ୍ୟାଳୟଗୁଡ଼ିକୁ ଛୁଟି ଘୋଷଣା କରିଥିଲେ ରାଜ୍ୟ ସରକାର ।