ପୁରୀ: ପୁରୀରେ ବରଗଡର କଂସ। ବରଗଡର ବିଶ୍ବ ପ୍ରସିଦ୍ଧ ସର୍ବବୃହତ୍ ମୁକ୍ତାକାଶ ରଙ୍ଗମଞ୍ଚ ଧନୁଯାତ୍ରାରେ କଂସ ଚରିତ୍ରରେ ଅଭିନୟ କରିଥିବା ସୁଶୀଲ ମେହେର ପାପ ପ୍ରାୟଶ୍ଚିତ ପାଇଁ ପୁରୀରେ ପହଞ୍ଚିଛନ୍ତି। ଏହାପରେ ମହୋଦଧିରେ ବୁଡ଼ ପକାଇ କ୍ଷମା ପ୍ରାର୍ଥନା କରିଛନ୍ତି କଂସ ମହାରାଜ। ସେଠାରେ ପଇତା ବିସର୍ଜନ ସହ ସୂର୍ଯ୍ୟ ଦେବତାଙ୍କୁ ଅର୍ଘ୍ୟ ପ୍ରଦାନ କରିଛନ୍ତି। ଏଥିସହ ସେ ଗୋବର୍ଦ୍ଧନ ପୀଠରେ ଜଗତ୍ଗୁରୁ ଶଙ୍କରାଚାର୍ଯ୍ୟଙ୍କୁ ଭେଟି ଆଶିଷ ଭିକ୍ଷା କରିଛନ୍ତି। ଶେଷରେ ଶ୍ରୀମନ୍ଦିର ଯାଇ ମହାପ୍ରଭୁଙ୍କୁ ଦର୍ଶନ କରିବେ ବୋଲି ଜଣାପଡିଛି।
ବରଗଡର ବିଶ୍ବ ପ୍ରସିଦ୍ଧ ବୃହତ୍ ମୁକ୍ତାକାଶ ରଙ୍ଗମଞ୍ଚ ଧନୁଯାତ୍ରା ମହୋତ୍ସବ ଗତ ବର୍ଷ ଡିସେମ୍ବର ମାସ ୨୪ ତାରିଖରୁ ଆରମ୍ଭ ହୋଇ ଦୀର୍ଘ ୧୧ଦିନ ଚାଲିବା ପରେ ଗତକାଲି ୨୦୨୬ ଜାନୁଆରୀ ୩ ତାରିଖରେ ଉଦଯାପିତ ହୋଇଥିଲା।
ଏଥର ମହୋତ୍ସବରେ ଅଭିନୟ ପାଇଁ କଂସ ସମେତ ଅନ୍ୟ ପ୍ରମୁଖ ଚରିତ୍ର ପାଇଁ କଳାକାର ଚୟନ କରାଯାଇଥିଲା। ଏଥିରେ ବରଗଡ଼ ଜିଲ୍ଲା ଭେଡେନ ବ୍ଲକ ଚିଚିଣ୍ଡା ଗ୍ରାମର ସୁଶୀଲ ମେହେର ବରଗଡ଼ କଂସ ଅଭିନେତା ଭାବେ ମନୋନୀତ ହୋଇଥିଲେ।
ଅଧିକ ପଢନ୍ତୁ: ସତ୍ୟ ଓ ଧର୍ମର ହେଲା ଜୟ : କଂସ ଅତ୍ୟାଚାରରୁ ମିଳିଲା ମୁକ୍ତି