ଭୁବନେଶ୍ୱର: ଆସନ୍ତା ମାର୍ଚ୍ଚ ମାସରେ ‘ସୁଭଦ୍ରା’ ଯୋଜନାର ଦ୍ଵିତୀୟ କିସ୍ତି ଟଙ୍କା ଲୋକଙ୍କ ଆକାଉଣ୍ଟକୁ ଯିବ । ବୁଧବାର ଏନେଇ ସୂଚନା ଦେଇଛନ୍ତିମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ସେ କହିଛନ୍ତି ଜାନୁୟାରୀ ଶେଷ ସୁଦ୍ଧା ଓଡ଼ିଶାର ୧ କୋଟିରୁ ଅଧିକ ଯୋଗ୍ୟ ମହିଳାଙ୍କୁ ସୁଭଦ୍ରା ଯୋଜନାର ପ୍ରଥମ କିସ୍ତି ଟଙ୍କା ମିଳିଯିବ ।
ପୂର୍ବରୁ ମାର୍ଚ୍ଚ ୮ ତାରିଖରୁ ଦ୍ୱିତୀୟ କିସ୍ତି ଟଙ୍କା ମିଳିବ ବୋଲି ସୂଚନା ଦେଇଥିଲେ ଉପ ମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା । ମାର୍ଚ୍ଚ ୭ ତାରିଖରେ ପ୍ରଥମ କିସ୍ତିର ଶେଷ ପର୍ଯ୍ୟାୟ ଟଙ୍କା ଲୋକଙ୍କ ଆକାଉଣ୍ଟକୁ ଯିବ । ମାର୍ଚ୍ଚ ୮ ତାରିଖରୁ ଦ୍ୱିତୀୟ କିସ୍ତି ଟଙ୍କା ମିଳିବ ବୋଲି କହିଥିଲେ ପ୍ରଭାତୀ ପରିଡ଼ା ।