ଆଜିଠୁ ବନ୍ଦ ରହିବ ଭିତରକନିକା ଜାତୀୟ ଉଦ୍ୟାନ । କୁମ୍ଭୀରମାନଙ୍କ ପ୍ରଜନନ ଋତୁ ଆରମ୍ଭ ହୋଇଥିବାରୁ ସେମାନଙ୍କ ମିଳନପର୍ବ ଓ ଅଣ୍ଡାଦେବା ପ୍ରକ୍ରିୟାରେ ଯେପରି ବାଧା ନଉପୁଜେ ସେଥିପାଇଁ ରାଜନଗର ବନଖଣ୍ଡ ପକ୍ଷରୁ ଜୁଲାଇ ୩୧ ତାରିଖ ପର୍ଯ୍ୟନ୍ତ ଏହାକୁ ବନ୍ଦ ରଖିବା ପାଇଁ ନର୍ଦ୍ଦେଶ ଦିଆଯାଇଛି । ଏହାସହିତ ଏହି ସମୟରେ ବଉଳା କୁମ୍ଭୀରମାନେ ହିଂସ୍ର ହେଉଥିବାରୁ ପର୍ଯ୍ୟଟକମାନଙ୍କୁ ଆକ୍ରମଣ କରିବାର ସମ୍ଭାବନା ରହିଥିବାରୁ ବନବିଭାଗ ଭିତରକନିକାକୁ ପର୍ଯ୍ୟଟକଙ୍କୁ ବାରଣ କରିଥାଏ । ଏବଂ ଏହି ସମୟରେ କୁମ୍ଭୀର ଆକ୍ରମଣ କରିବାର ସମ୍ଭାବନା ଥିବାରୁ ନଦୀକୂଳିଆ ଗ୍ରାମବାସୀଙ୍କୁ ନଦୀକୁ ଯିବାକୁ ବାରଣ କରାଯାଇଛି । ତେବେ ବିଶ୍ୱ ପ୍ରସିଦ୍ଧ ଜାତୀୟ ଉଦ୍ୟାନ ଆଜି ଠାରୁ ଜୁଲାଇ ୩୧ ତାରିଖ ପର୍ଯ୍ୟନ୍ତ ୩ ମାସ ଧରି ପର୍ଯ୍ୟଟକଙ୍କ ପାଇଁ ବନ୍ଦ ରହିବ । ଏମିତିକି କୁମ୍ଭୀରମାନଙ୍କ ମିଳନ ପ୍ରକ୍ରିୟାରେ ବାଧା ସୃଷ୍ଟି ନହେବା ପାଇଁ ଦୀର୍ଘ ତିନିମାସ ଧରି ଭିତରକନିକାରେ ବୋଟ ଚଳାଚଳ ମଧ୍ୟ ବନ୍ଦ ରହିବ ।