ଭୁବନେଶ୍ୱର; ବାତିଲ ହେଲା ପଥ ଉତ୍ସବ । ଆସନ୍ତା ୨୯ ତାରିଖରେ ଭୁବନେଶ୍ୱରରେ ଆୟୋଜିତ ହେବାକୁ ଥିବା ପଥ ଉତ୍ସବକୁ ବାତିଲ କରାଯାଇଛି । ପୂର୍ବତନ ପ୍ରଧାନମନ୍ତ୍ରୀ ମନମୋହନ ସିଂହଙ୍କ ଦେହାନ୍ତ ପାଇଁ ୭ ଦିନିଆ ରାଷ୍ଟ୍ରିୟ ଶୋକ ଘୋଷଣା କରାଯାଇଛି । ସେଥିପାଇଁ ଏଭଳି ନିଷ୍ପତ୍ତି ନିଆଯାଇଛି । ଏନେଇ ଭୁବନେଶ୍ୱର ମେୟର ସୁଲୋଚନା ଦାସ ସୂଚନା ଦେଇଛନ୍ତି ।
ତେବେ ପୂର୍ବତନ ପ୍ରଧାନମନ୍ତ୍ରୀ ମନମୋହନ ସିଂହଙ୍କର ବିୟୋଗରେ ରାଷ୍ଟ୍ରପତି , ଉପରାଷ୍ଟ୍ରପତି ଓ ପ୍ରଧାନମନ୍ତ୍ରୀଙ୍କ ସମେତ ଦେଶର ବହୁ ବିଶିଷ୍ଟ ନେତା ଓ ବ୍ୟକ୍ତିତ୍ୱ ଦୁଃଖ ପ୍ରକାଶ କରିଛନ୍ତି । ଏଥିସହ ସମସ୍ତ ସରକାରୀ କାର୍ଯ୍ୟକ୍ରମକୁ ବାତିଲ କରି ୭ ଦିନିଆ ରାଷ୍ଟ୍ରିୟ ଶୋକ ଘୋଷଣା କରିଛନ୍ତି କେନ୍ଦ୍ର ସରକାର ।