ଭୁବନେଶ୍ୱର: ଆଜିଠାରୁ ସପ୍ତଦଶ ବିଧାନସଭାର ବଜେଟ୍ ଅଧିବେଶନ ଆରମ୍ଭ ହୋଇଛି । ରାଜ୍ୟପାଳ ଡାକ୍ତର ହରିବାବୁ କମ୍ଭମପାଟି ଗୃହରେ ଅଭିଭାଷଣ ରଖୁଛନ୍ତି । ପ୍ରଥମେ ବିଧାନସଭା ପରିସରରେ ରାଜ୍ୟପାଳଙ୍କୁ ଗାର୍ଡ ଅଫ୍ ଅନର୍ ପ୍ରଦାନ କରାଯାଇଥିଲା । ଏହା ପରେ ରାଜ୍ୟପାଳଙ୍କ ଅଭିଭାଷଣରୁ ଗୃହକାର୍ଯ୍ୟ ଆରମ୍ଭ ହୋଇଛି । ବଜେଟ୍ ଅଧିବେଶନ ଫେବ୍ରୁଆରି ୧୭ ରୁ ଆରମ୍ଭ ହୋଇ ଏପ୍ରିଲ ୮ ତାରିଖ ପର୍ଯ୍ୟନ୍ତ ଚାଲିବ। ଆସନ୍ତା ୨୦ରେ ଅର୍ଥମନ୍ତ୍ରୀ ତଥା ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ବଜେଟ୍ ଉପସ୍ଥାପନ କରିବେ ।