ଦେବଗଡ଼: ପୁଣି ଘଟିଲା ସଡ଼କ ଦୁର୍ଘଟଣା । ଦେବଗଡ଼ ଜିଲ୍ଲା ଏନ୍ଏଚ୍-୪୯ ନୂଆଭୂଇଁ ଗାଁ ନିକଟରେ ବସ୍ ଦୁର୍ଘଟଣାଗ୍ରସ୍ତ ହୋଇଛି । ଫଳରେ ୧୦ରୁ ଊର୍ଦ୍ଧ୍ବ ଆହତ ହୋଇଛନ୍ତି । ପୋଲିସ ଘଟଣାର ତଦନ୍ତ ଜାରି କରିଛି ।
ସୂଚନା ଅନୁସାରେ, ବସ୍ଟି ଯାତ୍ରୀଙ୍କୁ ନେଇ ଦେବଗଡ଼ରୁ ସମ୍ବଲପୁର ଅଭିମୁଖେ ଆସୁଥିଲା। ଏହି ସମୟରେ ବସ୍କୁ ଟ୍ରକ୍ ଧକ୍କା ଦେଇଥିଲା। ଏହି ଦୁର୍ଘଟଣାରେ ୧୦ରୁ ଊର୍ଦ୍ଧ୍ବ ଆହତ ହୋଇଥିବାବେଳେ ୨ ଜଣଙ୍କ ଅବସ୍ଥା ଗୁରୁତର ହୋଇଛନ୍ତି । ତୁରନ୍ତ ସେମାନଙ୍କୁ ଉଦ୍ଧାର କରାଯାଇ ଚିକିତ୍ସା ପାଇଁ ହସ୍ପିଟାଲରେ ଭର୍ତ୍ତି କରାଯାଇଛି । ଏନେଇ ସ୍ଥାନୀୟ ଲୋକେ ପୋଲିସ ଓ ଉଦ୍ଧାରକାରୀ ଦଳକୁ ଖବର ଦେଇଥିଲେ । ଉଦ୍ଧାରକାରୀ ଦଳ ସମସ୍ତ ଯାତ୍ରୀଙ୍କୁ ଉଦ୍ଧାର କରିଥିଲେ । ପୋଲିସ ଏହି ଘଟଣାର ତଦନ୍ତ ଜାରି କରିଛି । କେଉଁ କାରଣରୁ ଦୁର୍ଘଟଣା ଘଟିଛି ତାହା ଅସ୍ପଷ୍ଟ ରହିଛି ।
ବାରମ୍ବାର ବେପୁରୁଆ ଗାଡି ଚାଳନ ପାଇଁ ଦୁର୍ଘଟଣା ଘଟି ଲୋକଙ୍କ ମୃତ୍ୟୁ ହେଉଛି ।