କୋରାପୁଟ: ଏକ ଯାତ୍ରୀବାହୀ ବସ କାଠ ବୋଝେଇ ଟ୍ରକ ସହିତ ଧକ୍କା ହୋଇଛି । ଫଳରେ ବସରେ ଯାତ୍ରା କରୁଥିବା ଯାତ୍ରୀମାନେ ଆହତ ହୋଇଛନ୍ତି । ଦୁର୍ଘଟଣାଟି ଘଟିଛି କୋରାପୁଟ ଜିଲ୍ଲା ୩୨୬ ନମ୍ବର ଜାତୀୟ ରାଜପଥ ଲକ୍ଷ୍ମୀପୁର ଥାନା ଅନ୍ତର୍ଗତ ଡୁମୁରିପଦର ନିକଟରେ । ସମସ୍ତଙ୍କୁ ଉଦ୍ଧାର କରାଯାଇ ମେଡ଼ିକାଲରେ ଭର୍ତ୍ତି କରାଯାଇଛି ।
ବୁଧବାର ସକାଳେ 'MSSB' ନାମକ ଏକ ଘରୋଇ ବସ ଜୟପୁରରୁ ରାୟଗଡ଼ା ଅଭିମୁଖେ ଯାଉଥିଲା । କୋରାପୁଟ ଜିଲ୍ଲା ୩୨୬ ନମ୍ବର ଜାତୀୟ ରାଜପଥ ଲକ୍ଷ୍ମୀପୁର ଥାନା ଅନ୍ତର୍ଗତ ଡୁମୁରିପଦର ନିକଟରେ ବିପରୀତ ପାର୍ଶ୍ୱରୁ ଆସୁଥିବା ଏକ କାଠ ବୋଝେଇ ଟ୍ରକକୁ ଧକ୍କା ଦେଇଥିଲା । ଫଳରେ ବସରେ ଥିବା ଯାତ୍ରୀଙ୍କ ମଧ୍ୟରୁ ପ୍ରାୟ ୧୫ରୁ ୨୦ ଜଣ ଆହତ ହୋଇଛନ୍ତି । ସେମାନଙ୍କୁ ଉଦ୍ଧାର କରାଯାଇ ଲକ୍ଷ୍ମୀପୁର ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରରେ ଭର୍ତ୍ତି କରାଯାଇଛି । ୬ ଜଣଙ୍କ ଅବସ୍ଥା ଗୁରୁତର ହେବାରୁ କୋରାପୁଟ ସହୀଦ ଲକ୍ଷ୍ମଣ ନାୟକ ମେଡ଼ିକାଲ କଲେଜ ଏବଂ ହସ୍ପିଟାଲକୁ ସ୍ଥାନାନ୍ତରିତ କରାଯାଇଛି ।
ସେହିପରି ଦୁର୍ଘଟଣାରେ ଟ୍ରକର ଡ୍ରାଇଭର ଫସି ରହିଥିଲେ । ଅଗ୍ନିଶମ ବାହିନୀ, ପୁଲିସ ଏବଂ ସ୍ଥାନୀୟ ଲୋକଙ୍କ ସହାୟତାର ଫସି ରହିଥିବା ଡ୍ରାଇଭରଙ୍କୁ ଉଦ୍ଧାର କରାଯାଇଥିଲା । ତାଙ୍କୁ ଲକ୍ଷ୍ମୀପୁର ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରରେ ଭର୍ତ୍ତି କରାଯାଇଛି । ଘଟଣା ସ୍ଥଳରେ ଆମ୍ବୁଲାନ ଏବଂ ଉଦ୍ଧାର ପାଇଁ କ୍ରେନର ସାହାଯ୍ୟ ନିଆଯାଇଥିବା ଜଣାପଡ଼ିଛି ।
ପ୍ରତ୍ୟକ୍ଷ ଦର୍ଶୀଙ୍କ କହିବା ମୁତାବକ, ବସରେ ୬୦ରୁ୭୦ ଜଣ ଯାତ୍ରୀ ଯାତ୍ରୀ କରୁଥିଲେ । ବସଟି ଦ୍ରୁତ ଗତିରେ ଆସି ଟ୍ରକକୁ ଧକ୍କା ଦେଇଥିଲା । ପୁଲିସ ଘଟଣା ସ୍ଥଳରେ ପହଁଚି ତନାଘନା କରୁଛି ।