ବରଗଡ଼: ବିଳମ୍ବିତ ରାତିରେ ବରଗଡ଼ ଜିଲ୍ଲା ଭଟଲି ଛକରେ ଏକ ମର୍ମନ୍ତୁଦ ସଡକ ଦୁର୍ଘଟଣା ଘଟିଛି । ଦୁର୍ଘଟଣାରେ ୩ ଜଣଙ୍କର ମୃତ୍ୟୁ ହୋଇଛି । କାର୍ ଡିଭାଇଡର ଉପରକୁ ମାଡ଼ିଯିବାରୁ ଏପରି ଏକ ଦୁର୍ଘଟଣା ଘଟିଛି ।
ସୂଚନା ଅନୁସାରେ, ଭଟଲି ଛକର ଓଭର ବ୍ରିଜରେ ଭାରସାମ୍ୟ ହରାଇ ଏକ କାର୍ ଡିଭାଇଡର ଉପରକୁ ମାଡ଼ିଗଲା । ଦୁର୍ଘଟଣାରେ ୩ ଜଣଙ୍କର ମୃତ୍ୟୁ ହୋଇଥିବାବେଳେ ଜଣେ ଗୁରୁତର ହୋଇଛନ୍ତି । ମୃତକଙ୍କ ମଧ୍ୟରେ ୨ ଜଣ ଘରୋଇ କମ୍ପାନୀର କର୍ମଚାରୀ ହୋଇଥିବାବେଳେ ଅନ୍ୟ ଜଣେ ବ୍ୟବସାୟୀ ବୋଲି ଜଣାପଡିଛି । ଗୁରୁତରଙ୍କୁ ଉଦ୍ଧାର କରାଯାଇ ଚିକିତ୍ସା ପାଇଁ ମେଡିକାଲରେ ଭର୍ତ୍ତି କରାଯାଇଥିଲା । ଦୁର୍ଘଟଣାରେ କାରଟି ସମ୍ପୂର୍ଣ୍ଣ ଭାଙ୍ଗି ନଷ୍ଟ ହୋଇଯାଇଛି । ଖବର ପାଇ, ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଜାରି ରଖିଛି ।