ଭୁବନେଶ୍ୱର: ମୋହନ ସରକାରଙ୍କ ଏକ ବର୍ଷ ପୂର୍ତ୍ତିର ଶୁଭେଚ୍ଛା ଜଣାଇଛନ୍ତି ରାଜ୍ୟପାଳ ଡକ୍ଟର ହରିବାବୁ କମ୍ଭମପାଟି । ରାଜ୍ୟପାଳ ବୁଧବାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ବାସଭବନରେ ଏକ ସୌଜନ୍ୟମୂଳକ ସାକ୍ଷାତ କରିଛନ୍ତି । ରାଜ୍ୟ ସରକାରଙ୍କ ପ୍ରଥମ ବର୍ଷର ସଫଳତା ଓ ଅନ୍ୟାନ୍ୟ ବିକାଶମୂଳକ କାର୍ଯ୍ୟକ୍ରମ ସମ୍ପର୍କରେ ଆଲୋଚନା କରିବା ସହ ସମୃଦ୍ଧ ଓଡ଼ିଶା ଗଠନ ପାଇଁ ସରକାରଙ୍କ ରୋଡ଼ମ୍ୟାପ୍ ସମ୍ପର୍କରେ ରାଜ୍ୟପାଳଙ୍କୁ ଅବଗତ କରାଇଛନ୍ତି ବୋଲି ସୂଚନା ଦେଇଛନ୍ତି ମୁଖ୍ୟମନ୍ତ୍ରୀ ।
ଏଠାରେ ଉଲ୍ଲେଖ ଯୋଗ୍ୟ, ଚଳିତ ମାସ ୧୨ ତାରିଖରେ ରାଜ୍ୟ ପ୍ରଥମ ଥର ଏକାକୀ ସରକାର ଗଢ଼ିଥିବା ବିଜେପିକୁ ଶାସନକୁ ଏକ ବର୍ଷ ପୂରଣ କରିଛନ୍ତି । ଏହି ଅବସରରେ ରାଜ୍ୟ ସରକାର ଏକ ବର୍ଷର ଉପଲବ୍ଧି ବିଷୟରେ ଲୋକଙ୍କୁ ଅବଗତ କରାଇବାକୁ ବିଭିନ୍ନ କାର୍ଯ୍ୟକ୍ରମ କରାଯାଉଛି । ନିକଟରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ମଧ୍ୟ ଏକ ବର୍ଷ ପୂର୍ତ୍ତି ପାଳନ ଉତ୍ସବରେ ଯୋଗ ଦେଇଥିଲେ ।