ରାଜ୍ୟରେ ଗତ କିଛି ଦିନ ଧରି ପାଗ ଶୁଖିଲା ରହିଥିବାବେଳେ ଆଜିଠୁ ରାଜ୍ୟରେ ପୁଣି ବର୍ଷା ହେବ । ଆରବ ସାଗର ଓ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଦୁଇଟି ଲଘୁଚାପ ଘନୀଭୂତ ହେବାରେ ଲାଗିଛି । ଯାହାକି ଆଗାମୀ ୨୪ ଘଣ୍ଟା ମଧ୍ୟରେ ଏହା ସୁଦୃଶ୍ୟ ଲଘୁଚାପ କ୍ଷେତ୍ରରେ ପରିଣତ ହେବ । ଆଉ ଏହାର ପ୍ରଭାବରେ ବର୍ଷା ହେବାର ସମ୍ଭାବନା ରହିଛି । ୪ ଦିନ ଯାଏ ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷିବ । ଆଜି ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା ପାଇଁ ୫ ଜିଲ୍ଲା କେନ୍ଦୁଝର, ମୟୂରଭଞ୍ଜ, ଯାଜପୁର, ଭଦ୍ରକ ଓ ବାଲେଶ୍ବରକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଛି । ଆସନ୍ତାକାଲି ପାଇଁ ୧୦ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଓ ୧୧ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଦିଆଯାଇଛି । ବଙ୍ଗୋପସାଗରରେ ସକ୍ରିୟ ଲଘୁଚାପ କ୍ଷେତ୍ର ପଶ୍ଚିମବଙ୍ଗ ଉତ୍ତର ଓଡ଼ିଶା ଉପକୂଳ ମୁହାଁ ହେବ । ଯାହାର ପ୍ରଭାବରେ ରାଜ୍ୟରେ ବର୍ଷାର ପରିମାଣ ବଢିବ । କିଛି ସ୍ଥାନରେ ପ୍ରବଳରୁ ଅତିପ୍ରବଳ ବର୍ଷା ନେଇ ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର ।
ଅଧିକ ପଢନ୍ତୁ; ପୋଖରୀରେ ବୁଡି ୨ ନାବାଳିକା ମୃତ