ଭୁବନେଶ୍ୱର: ଆସନ୍ତା ଅଗଷ୍ଟ ୩ ତାରିଖରେ ମୁଖ୍ୟମନ୍ତ୍ରୀଙ୍କ “ଜନ ଅଭିଯୋଗ ଶୁଣାଣି” କାର୍ଯ୍ୟକ୍ରମ ବନ୍ଦ ରହିବ । ମୁଖ୍ୟମନ୍ତ୍ରୀଙ୍କ ଅନ୍ୟାନ୍ୟ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ଯୋଗୁଁ ଆସନ୍ତା ସୋମବାର ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି ବନ୍ଦ ରହିବ । ପରବର୍ତ୍ତୀ ଅଭିଯୋଗ ଶୁଣାଣିର ତାରିଖ ଜନସାଧାରଣଙ୍କୁ ସମ୍ବାଦପତ୍ର ତଥା ଅନ୍ୟ ଗଣମାଧ୍ୟମ ଜରିଆରେ ଜଣାଇଦିଆଯିବ । ଏ ନେଇ ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।