ଭୁବନେଶ୍ୱର: ରାଜ୍ୟରେ ଛାତ୍ର ସଂସଦ ନିର୍ବାଚନକୁ ନେଇ ରାଜନୈତିକ ଓ ଶିକ୍ଷା ମହଲରେ ଚର୍ଚ୍ଚା ଜାରି ରହିଥିବା ବେଳେ ରାଜ୍ୟପାଳଙ୍କୁ ଭେଟିଛନ୍ତି ମୁଖ୍ୟମନ୍ତ୍ରୀ। ଓଡ଼ିଶାର ରାଜ୍ୟପାଳଙ୍କ ସହ ସୌଜନ୍ୟମୂଳକ ସାକ୍ଷାତ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ଉଭୟଙ୍କ ମଧ୍ୟରେ ଅଧଘଣ୍ଟାରୁ ଅଧିକ ସମୟ ଧରି ଆଲୋଚନା ହୋଇଥିବା ଜଣାପଡ଼ିଛି।
ତେବେ ଏହି ସାକ୍ଷାତକୁ ନେଇ ରାଜନୈତିକ ମହଲରେ ଚର୍ଚ୍ଚା ବଢ଼ିଛି। କେଉଁ ପ୍ରସଙ୍ଗକୁ ନେଇ ଉଭୟଙ୍କ ମଧ୍ୟରେ ଆଲୋଚନା ହୋଇଛି, ତାହା ସ୍ପଷ୍ଟ ହୋଇନାହିଁ। ତେବେ କିଛି ଗୁରୁତ୍ୱପୂର୍ଣ୍ଣ ବିଷୟରେ ଆଲୋଚନା ହୋଇଥିବା ନେଇ ଚର୍ଚ୍ଚା ହେଉଛି।
ସୂଚନାଯୋଗ୍ୟ, ନିକଟରେ ରାଜ୍ୟପାଳ ଦିଲ୍ଲୀ ଗସ୍ତରେ ଯାଇ ପ୍ରଧାନମନ୍ତ୍ରୀ ଓ କେନ୍ଦ୍ର ଗୃହମନ୍ତ୍ରୀଙ୍କୁ ଭେଟିଥିଲେ। ଦିଲ୍ଲୀରୁ ଫେରିବା ପରେ ମୁଖ୍ୟମନ୍ତ୍ରୀଙ୍କ ସହ ତାଙ୍କର ଏହି ସାକ୍ଷାତ ହୋଇଛି।
ଅନ୍ୟପଟେ, ଦୀର୍ଘ ୮ ବର୍ଷ ପରେ ରାଜ୍ୟର କଲେଜ ଓ ବିଶ୍ୱବିଦ୍ୟାଳୟରେ ଛାତ୍ର ସଂସଦ ନିର୍ବାଚନ ହେବାକୁ ଯାଉଥିବାରୁ ଏହି ସାକ୍ଷାତକୁ ନେଇ ଚର୍ଚ୍ଚା ଆହୁରି ବଢ଼ିଛି। ତେବେ ଆଲୋଚନାର ବିଷୟବସ୍ତୁ ନେଇ ଆନୁଷ୍ଠାନିକ ସୂଚନା ମିଳିନାହିଁ।