ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ଯିବେ ନୂଆଦିଲ୍ଲୀ । ଆଜି ରାତିରେ ଦୁଇ ଦିନିଆ ଗସ୍ତରେ ନୂଆଦିଲ୍ଲୀ ଯାଉଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ମୁଖ୍ୟମନ୍ତ୍ରୀଙ୍କ ସମେତ ରାଜ୍ୟ ବିଜେପି ସଭାପତି ମନମୋହନ ସାମଲ ନୂଆଦିଲ୍ଲୀ ଗସ୍ତ କରୁଛନ୍ତି । ମୁଖ୍ୟମନ୍ତ୍ରୀ ଓ ରାଜ୍ୟ ସଭାପତିଙ୍କର କେନ୍ଦ୍ରୀୟ ନେତୃତ୍ବଙ୍କୁ ଭେଟି ଆଲୋଚନା କରିବା ସହିତ ରାଜ୍ୟ କମିଟି ଗଠନ, ବୋର୍ଡ ନିଗମ ନିଯୁକ୍ତି ନେଇ ଆଲୋଚନା ହୋଇପାରେ ବୋଲି ସୂଚନା ମିଳିଛି ।
ମୁଖ୍ୟମନ୍ତ୍ରୀ ନୂଆଦିଲ୍ଲୀରେ ବିଭିନ୍ନ ଗୁରୁତ୍ବପୂର୍ଣ୍ଣ କାର୍ଯ୍ୟକ୍ରମରେ ଯୋଗଦେବେ । ସରକାରରେ ମନ୍ତ୍ରୀମଣ୍ଡଳ ସଂପ୍ରସାରଣ ପାଇଁ ଚର୍ଚ୍ଚା ଲାଗି ରହିଛି । ଯାହା ପାଇଁ ଆଲୋଚନା ହୋଇପାରେ । ଏହି ଗସ୍ତ ସମୟରେ ନିଗମ ଓ ବୋର୍ଡ ଅଧ୍ୟକ୍ଷ ପଦବୀ ବି ପୂରଣ କରାଯିବା ନେଇ ଅନ୍ତିମ ରୂପରେଖ ପ୍ରସ୍ତୁତ ହେବ ବୋଲି ନିଷ୍ପତ୍ତି ନିଆଯିବ ବୋଲି ସୂଚନା ମିଳିଛି । କେଉଁ କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ଓ ରାଜ୍ୟ ବିଜେପି ସଭାପତି ଯୋଗଦେବେ ସେନେଇ ମଧ୍ୟ କୌଣସି ସ୍ପଷ୍ଟ ସୂଚନା ମିଳିନାହିଁ ।